ରାଉରକେଲାରେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ
ରାଉରକେଲାରେ: ରାଉରକେଲାରେ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୫ଜଣ ସଂପୃକ୍ତ ଥିବାରଘୁନାଥପାଲି ଥାନାରେ ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ, ଗତକାଲି ରାତିରେ ରଘୁନାଥପାଲି ଥାନା ନିକଟରେ ଥିବା ଏକ ରେଷ୍ଟୁରାଣ୍ଟକୁ ନାବାଳିକା ନିଜର ୨ ପୁରୁଷ ବନ୍ଧୁଙ୍କ ସହ ଯାଇଥିଲେ। ପରେ ୨ ପୁରୁଷ ବନ୍ଧୁ ନାବାଳିକାଙ୍କୁ ପ୍ଲାଣ୍ଟ ସାଇଟ ଥାନା ଅଞ୍ଚଳକୁ ଆଣି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୨ ପୁରୁଷ ବନ୍ଧୁଙ୍କ ସମେତ ୫ ଜଣ ଯୁବକ ସଂପୃକ୍ତ ଥିବା ଥାନାରେ ଅଭିଯୋଗ ହୋଇଛି। ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଧରିବାକୁ ଖୋଳତାଡ ଆରମ୍ଭ କରିଛି ଓ ଘଟଣାର ତଦନ୍ତ କରୁଛି।ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ରାଉରକେଲାର ବିର୍ସା ମୁଣ୍ଡା ଅଞ୍ଚଳରେ ୨ ଜଣ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା।
Powered by Froala Editor