‘ପାକିସ୍ତାନ’ ମନ୍ତବ୍ୟ ପାଇଁ କ୍ଷମା ମାଗିଲେ କର୍ଣ୍ଣାଟକ ହାଇକୋର୍ଟ ବିଚାରପତି
ବେଙ୍ଗାଲୁରୁର ଏକ ଅଞ୍ଚଳକୁ ‘ପାକିସ୍ତାନ’ ବୋଲି ସମ୍ବୋଧନ କରି ବିବାଦୀୟ ମନ୍ତବ୍ୟ ଦେଇଥବା କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ ଭି ଶ୍ରୀସାନନ୍ଦଙ୍କ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ ଶ୍ରୀସାନନ୍ଦ ନିଜର ପାକିସ୍ତାନ ବୟାନ ପାଇଁ ସର୍ବସମ୍ମୁଖରେ କ୍ଷମା ମାଗିବା ପରେ ସୁପ୍ରିମକୋର୍ଟ ଏପରି ପଦକ୍ଷେପ ନେଇଛନ୍ତି।
ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ବସିଥିବା ୫ ଜଣିଆ ଖଣ୍ଡପୀଠ କହିଛନ୍ତି ଯେ ନ୍ୟାୟର ସ୍ୱାର୍ଥ ଓ ନ୍ୟାୟପାଳିକାର ସମ୍ମାନ ପାଇଁ ମାମଲା ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି।
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ କହିଛନ୍ତି, ଆପଣ ଭାରତର କୌଣସି ବି ଅଞ୍ଚଳକୁ ଏପରି ଭାବେ ପାକିସ୍ତାନ କହି ସମ୍ବୋଧନ କରିପାରିବେ ନାହିଁ। ତେବେ ହାଇକୋର୍ଟ ବିଚାରପତି ନିଜ ମନ୍ତବ୍ୟ ପାଇଁ କ୍ଷମା ମାଗି ସାରିଛନ୍ତି।
ଭାଇରାଲ ଭିଡିଓରେ ଦେଖିବାକୁ ମିଳିଥିଲା ଯେ ହାଇକୋର୍ଟର ବିଚାରପତି ଜଷ୍ଟିସ ଭି ଶ୍ରୀସାନନ୍ଦ ବେଙ୍ଗାଲୁରୁର ଏକ ଅଞ୍ଚଳକୁ ‘ପାକିସ୍ତାନ’ ବୋଲି କହିଥିଲେ। ଯାହାକୁ ନେଇ ବିବାଦ ଉପୁଜିଥିଲା। ଏପରି ବୟାନ ସୋଶାଲ ମିଡିଆରେ ଭାଇରାଲ ହେବାରୁ ସୁପ୍ରିମକୋର୍ଟ ନିଜ ଆଡ଼କୁ କର୍ଣ୍ଣାଟକ ହାଇକୋର୍ଟଙ୍କୁ ରିପୋର୍ଟ ମାଗିଥିଲେ।
Powered by Froala Editor