ଏହି ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି
ପୁରୀ: ଆଜି ପୁରୀ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ଏହାକୁ ଦୃଷ୍ଟି ରଖି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ସ୍କୁଲ ସହ ଜିଲ୍ଲାରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ନେଇ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
Powered by Froala Editor