ପୂର୍ବ ସରକାରରେ ହୋଇଥିବା ଦୁର୍ନୀତିର ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ନିଅ: ମୋହନ ମାଝୀ
ଭୁବନେଶ୍ୱର: ପୂର୍ବ ସରକାରରେ ହୋଇଥିବା ଦୁର୍ନୀତିର ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ନିଅ । ଆଜି ଜିଲ୍ଲାପାଳ ସମ୍ମିଳନୀରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ଏଥିସହ ଫିଲ୍ଡ ଭିଜିଟ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । ଥାନା ଓ ଶିକ୍ଷାନୁଷ୍ଠାନକୁ ଯାଆନ୍ତୁ, ବିଚୁ୍ୟତି ଦେଖିଲେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ନୂଆ ସରକାରର ନୂଆ ଅଭିମୁଖ୍ୟକୁ ନେଇ ଆମକୁ କାମ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସେହିପରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଟ୍ରାନ୍ସଫର କରିବା ପରେ ପଛଘୁଞ୍ଚା ଦିଅନ୍ତୁନି । କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲ୍ଲାପାଳଙ୍କ ହାତରେ କ୍ଷମତା ରହିଛି । ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ । ଜିଲ୍ଲାପାଳ ହେଉଛନ୍ତି ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ । ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳଙ୍କୁ ବୁଝାଏ । ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ । ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କ ସେବା କରିବାକୁ ଲକ୍ଷ୍ୟ ରଖାଯାଇଛି । ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ ରହିଛି । ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ । ଉନ୍ନତିମୂଳକ କାର୍ଯ୍ୟରେ ବିଳମ୍ବ ହେଲେ ଦୁର୍ନୀତି ହୁଏ । ସେଥିପ୍ରତି ନିଜର ରଖିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ସେହିପରି ତ୍ରୋୟମାସିକ ସମୀକ୍ଷା କରି ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିବାକୁ ପରାମର୍ଶ ଦେଇଛନ୍ତି । ଦୁର୍ନୀତିକୁ ସାଲିସ କରାଯିବ ନାହିଁ । ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି ।
Powered by Froala Editor