ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ। ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ ରହିଛି। ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ। ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳଙ୍କୁ ବୁଝାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ୟ୍ୟକାରୀ ଜିଲାପାଳଙ୍କ ହାତରେ ନ୍ୟସ୍ତ। ସେମାନେ ଲୋକଙ୍କ ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବେ। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିଛନ୍ତି। ଏହାଛଡ଼ା ସେ କହିଛନ୍ତି ଯେ ପୂର୍ବ ସରକାରରେ ହୋଇଥିବା ଦୁର୍ନୀତିର ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ନିଅ । ଏଥିସହ ଫିଲ୍ଡ ଭିଜିଟ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । ଥାନା ଓ ଶିକ୍ଷାନୁଷ୍ଠାନକୁ ଯାଆନ୍ତୁ, ବିଚୁ୍ୟତି ଦେଖିଲେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ନୂଆ ସରକାରର ନୂଆ ଅଭିମୁଖ୍ୟକୁ ନେଇ ଆମକୁ କାମ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସେହିପରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଟ୍ରାନ୍ସଫର କରିବା ପରେ ପଛଘୁଞ୍ଚା ଦିଅନ୍ତୁନି । କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲ୍ଲାପାଳଙ୍କ ହାତରେ କ୍ଷମତା ରହିଛି । ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ । ଜିଲ୍ଲାପାଳ ହେଉଛନ୍ତି ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ । ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳଙ୍କୁ ବୁଝାଏ । ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ । ସରକାରଙ୍କ ବିଭିନ୍ନ ଯୋଜନା ମାଧ୍ୟମରେ ଲୋକଙ୍କ ସେବା କରିବାକୁ ଲକ୍ଷ୍ୟ ରଖାଯାଇଛି । ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ ରହିଛି । ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ । ଉନ୍ନତିମୂଳକ କାର୍ଯ୍ୟରେ ବିଳମ୍ବ ହେଲେ ଦୁର୍ନୀତି ହୁଏ । ସେଥିପ୍ରତି ନିଜର ରଖିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ସେହିପରି ତ୍ରୋୟମାସିକ ସମୀକ୍ଷା କରି ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିବାକୁ ପରାମର୍ଶ ଦେଇଛନ୍ତି । ଦୁର୍ନୀତିକୁ ସାଲିସ କରାଯିବ ନାହିଁ । ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି ।ଆଜି ଜିଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ ବୈଠକ କରିଥିବାବେଳେ ଆସନ୍ତାକାଲି ଏସ୍ପିମାନଙ୍କ ସହ ବୈଠକ କରିବେ।
Powered by Froala Editor