ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ତୁମୁଳକାଣ୍ଡ ପରେ , ୪୮ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟେନେଟ ବନ୍ଦ
ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥରମାଡ଼ କରିଥିଲେ। ଫଳରେ ୨ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଉତ୍ତ୍ୟକ୍ତ ଲୋକେ ଲୋକେ ଭାଙ୍ଗି ଦେଇଥିଲେ । ସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ପକ୍ଷରୁ ଲାଠିଚାର୍ଜ କରାଯାଇଥିଲା।
ହିଂସା ଘଟଣାରେ ୧୦ ଜଣଙ୍କୁ ଗିରଫ କରାଯାଇଛି । ଉତ୍ତେଜନାକୁ ଦୃଷ୍ଟିରେ ରଖି ଧାମନଗର ଏନଏସି ଓ ଆଖପାଖରେ ୧୬୩ ଜାରି କରାଗଲା । ଧାମନଗର ଏନଏସି ଓ ଦୋବଲରେ ୧୬୩ ସହ ୪ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି । ସେପଟେ ପୁରୁଣାବଜାର ଅଞ୍ଚଳରେ ୧୬୩ ଧାରା ସହ ୧୦ ପ୍ଲାଟୁନ୍ ଫୋର୍ସ ମୁତୟନ ।
୪୮ ଘଣ୍ଟା ପାଇ ବନ୍ଦ କରାଗଲା ଇଣ୍ଟରନେଟ୍ ସେବା । ବନ୍ଦ କରାଯିବା ନେଇ ଭଦ୍ରକ ଏସ୍ପିଙ୍କ ସୂଚନା । ଡିଆଇଜି କହିଛନ୍ତି ଯେ ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ସାଇବର ସେଲ ତଦନ୍ତ କରୁଛି । ପୋଷ୍ଟରେ ସତ୍ୟତା ଥିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ ।
Powered by Froala Editor