ଦଶହରା ମଜା ବିଗାଡ଼ିବ ଲଘୁଚାପ
ଦଶହରା ପୂର୍ବରୁ ଅକ୍ଟୋବର ୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପାଣିପାଗ ବିଭାଗ ପକ୍ଷରୁ ୨୭ ସେପ୍ଟେମ୍ବରରୁ ୧୦ ଅକ୍ଟୋବର ପର୍ଯ୍ୟନ୍ତ ରାଜ୍ୟର ପାଣିପାଗକୁ ନେଇ କରାଯାଇଥିବା ବିସ୍ତାରିତ ପରିସର ଆକଳନରେ ଏହି କଥା କୁହାଯାଇଛି।
ପାଣିପାଗ ବିଭାଗର ଏହି ଆକଳନ ଅନୁଯାୟୀ, ଅକ୍ଟୋବରର ଦ୍ୱିତୀୟ ସପ୍ତାହରେ ଲଘୁଚାପ ଆଶଙ୍କା କରାଯାଉଛି। ଅକ୍ଟୋବର ୪ରୁ ୧୦ ଭିତରେ ପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଉଛି। ବାତ୍ୟା ମାସରେ ଲଘୁଚାପ ସୃଷ୍ଟି ହେଲେ ଅଧିକ ଘନିଭୂତ ହେବ। ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ ଜାରି କରିଛି।
ପ୍ରଥମ ସପ୍ତାହରେ ଅର୍ଥାତ୍ ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ସପ୍ତାହରେ ରାଜ୍ୟରେ ମୋଟାମୋଟି ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଅକ୍ଟୋବର ୪ରୁ ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍ ଦ୍ୱିତୀୟ ସପ୍ତାହରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ। ଅକ୍ଟୋବର ୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ତେବେ ସେହି ସମୟରେ ଦୁର୍ଗାପୂଜା ପଡୁଥିବାରୁ ପାର୍ବଣକୁ ବର୍ଷା ଫିକା କରିପାରେ ବୋଲି କୁହାଯାଉଛି।
Powered by Froala Editor