ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି, ୨୦ ଲକ୍ଷ ଟଙ୍କା ହେଲା ଗ୍ରାଚୁଇଟି
ପବିତ୍ର ଦଶହରା ଅବସରରେ ସରକାରୀ କର୍ମଚାରୀମାନଙ୍କୁ ବଡ଼ ଉପହାର ଦେଇଛନ୍ତି ।ମଙ୍ଗଳବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ବଢାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟି (DCRG)କୁ ୧୫ ଲକ୍ଷ ରୁ ୨୦ ଲକ୍ଷ ଟଙ୍କାକୁ ତା ୦୧.୦୧.୨୦୨୪ ରୁ ପିଛିଲା ଭାବରେ ଲାଗୁ କରାଗଲା । ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ଏହି ନିଷ୍ପତ୍ତି ପରେ ଏବେ ରାଜ୍ୟର ହଜାର ହଜାର କର୍ମଚାରୀ ବିଶେଷ ଭାବେ ଉପକୃତ ହେବେ ।
ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାର ଗତ ଜାନୁଆରୀ ପହିଲାଠାରୁ ସମସ୍ତ ସରକରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍ (ପେନସନ) ନିୟମ ଅନୁସାରେ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚୁଇଟିକୁ ବୃଦ୍ଧି କରିଛନ୍ତି । ଏବେ ରାଜ୍ୟ ସରକାର ମଧ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଅନୁରୂପ ପଦକ୍ଷେପ ଗ୍ରହଣ କରିଛନ୍ତି ।
Powered by Froala Editor