ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’, ମିଳିଲା ଜାତୀୟ ପୁରସ୍କାର
୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ଦମନ ଫିଲ୍ମ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛନ୍ତି ଦମନର ପ୍ରଯୋଜକ ଦୀପେନ୍ଦ୍ର ସାମଲ। ନିର୍ଦ୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀପ୍ରସାଦ ଲେଙ୍କା ମଧ୍ୟ ପୁରସ୍କୃତ ହୋଇଛନ୍ତି।
ସୂଚନାଥାଉ କି, ‘ଦମନ’ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ‘ଶ୍ରେଷ୍ଠ ଆଞ୍ଚଳିକ ଚଳଚ୍ଚିତ୍ର’ ଭାବେ ପୁରସ୍କୃତ ହେବାକୁ ଘୋଷଣା ହୋଇଛି। ଉକ୍ତ ଚିତ୍ରଟିକୁ ପୂର୍ବରୁ ରାଜ୍ୟ ସରକାର ଟିକସମୁକ୍ତ କରିଥିଲେ। ଏହାର ମୁଖ୍ୟ ଚରିତ୍ରରେ ବାବୁସାନ ମହାନ୍ତି ଓ ଦ୍ୱୀପାନ୍ବିତ ଦାଶମହାପାତ୍ର ଅଭିନୟ କରିଛନ୍ତି।
ସିନେମା ‘ଦମନ’ର କଥାବସ୍ତୁ ହେଲା-ମ୍ୟାଲେରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଦୁର୍ଗମ ଅଞ୍ଚଳରେ ‘ଦମନ’ ନାମରେ ଏକ ଯୋଜନା ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିଲା। ଏହି ଯୋଜନାରେ ସ୍ବତନ୍ତ୍ର ଭାବେ ମ୍ୟାଲେରିଆ କ୍ୟାମ୍ପ କରାଯାଇ ଏହାର ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଥିଲା।
ସେପଟେ ମିଥୁନ ଚକ୍ରବର୍ତ୍ତୀ ପାଇଲେ ଦାଦା ସାହେବ ଫାଲକେ ପୁରସ୍କାର । ଭାରତୀୟ ସିନେମା କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ମିଥୁନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।
Powered by Froala Editor