ବିଜେଡି ଛାଡ଼ିଲେ ପ୍ରକାଶ

ବିଜେଡିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ନିଜ ଇସ୍ତଫା ପତ୍ରରେ ପ୍ରକାଶ କହିଛନ୍ତି ଯେ, ମୁଁ ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ବାସ ରଖେ । ଜନସାଧାରଣଙ୍କ ସମସ୍ୟା, ବିକାଶ ଓ ସଂଗଠନ ସହ ଜଡିତ ରହିଛି, ଏଣୁ ମୁଁ ଏଭଳି ନିଷ୍ପତ୍ତି ନେବାକୁ ଉଚିତ ଭାବିଲି । ଦୀର୍ଘ ୨୫ ବର୍ଷ ହେବ ଟାଙ୍ଗୀ-ସାଲେପୁର ଲୋକଙ୍କ ସହ ଯୋଡିହୋଇ ରହିଛି, ଆଗାମୀ ଦିନରେ ମଧ୍ୟ ସେମାନଙ୍କ ଋଣ ସୁଝିବାକୁ ଚେଷ୍ଟା କରିବି ବୋଲି ସେ କହିଛନ୍ତି । ତେବେ ପ୍ରକାଶଙ୍କ ଇସ୍ତଫା ନେଇ ଏବେ ସୁଦ୍ଧା ବିଜେଡିର ପ୍ରତିକ୍ରିୟା ମିଳିନାହିଁ ।
ପୂର୍ବରୁ ସେ ୨୦୧୪ରେ କଂଗ୍ରେସ ଟିକେଟ୍ ରୁ ଲଢି ସାଲେପୁରରୁ ଜିତିଥିଲେ । ତେବେ ସେ କଂଗ୍ରେସ ଦଳରୁ ଇସ୍ତଫା ଦେଇ ୨୦୧୯ ରେ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିରେ ଯୋଗ ଦେଇଥିଲେ। କିନ୍ତୁ ବିଜେଡିର ପ୍ରଶାନ୍ତ ବେହେରାଙ୍କ ନିକଟରୁ ପରାସ୍ତ ହୋଇଥିଲେ। ଗତ ନିର୍ବାଚନରେ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ । କଟକ-ବାରବାଟୀରୁ ସେ ପ୍ରାର୍ଥୀ ହୋଇଥିଲେ ।
Powered by Froala Editor