ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ
ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ନିଷ୍ପତ୍ତି ନିଆଯାଇଛି । ଏନେଇ ମୁଖ୍ୟ ପ୍ରଶାସକ ଚିଠି ଖେଲିଥିବା ସୂଚନା ମିଳିଛି। ଆବଶ୍ୟକତା ଦୃଷ୍ଟିରୁ ସ୍ବତନ୍ତ୍ର ଡିପୋ ବ୍ୟବସ୍ଥା ପାଇଁ ଓମ୍ଫେଡ୍ ପରିଚାଳନା ନିର୍ଦ୍ଦେଶକଙ୍କୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମ୍ଫେଡ୍ ଘିଅ ବ୍ୟବହାର କରାଯିବ। ଘିଅ ଦାମ ହ୍ରାସ ପାଇଁ ନିଯୋଗ ଅନୁରୋଧ କରିଥିବା ଜଣାଇଛନ୍ତି। ଶ୍ରୀମନ୍ଦିର ଭିତରକୁ ଅନ୍ୟ ଘିଅ ନେଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦିଆଯାଇଛି।
ଆନ୍ଧ୍ରପ୍ରଦେଶର ତିରୁପତିସ୍ଥିତ ଶ୍ରୀ ଭେଙ୍କଟେଶ୍ବରଙ୍କୁ ଅର୍ପଣ କରାଯାଉଥିବା ଲଡୁରେ ପଶୁ ଚର୍ବି ମିଶ୍ରଣ କରାଯାଉଥିବା ନେଇ ଖବର ପ୍ରସାରିତ ହେଲା ପରେ କିଛି ଦିନ ହେଲା ହିନ୍ଦୁ ଧର୍ମାବଳମ୍ବୀଙ୍କ ମନରେ ଶକ୍ତ ଆଘାତ ଲାଗିଛି। ଏହି ଖବରକୁ ନେଇ ଭାରତରେ ଚର୍ଚ୍ଚା ହେବା ପରେ ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇଥିଲା ।
ଯେପରି କୋଟି କୋଟି ଶ୍ରଦ୍ଧାଳୁଙ୍କ ଭାବାବେଗ ଉପରେ କୌଣସି କୁଠାରଘାତ ନଆସେ ସେଥି ପ୍ରତି ଶ୍ରୀମନ୍ଦିର ପ୍ରଶାସନ ଦୃଷ୍ଟି ନେଇ ଉଚିତ ସମୟରେ ଉଚିତ ନିଷ୍ପତ୍ତି ନେଇଥିବା ବିଭିନ୍ନ ମହଲରେ ଆଲୋଚନା କରାଯାଉଛି ।
Powered by Froala Editor