ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ : ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୫ ଟାରୁ ରାତ୍ର ୯ ଟା ପର୍ୟ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Powered by Froala Editor