ପୂର୍ବତନ ବିଜେଡି ସାଂସଦ ପ୍ରଭାତ ସାମନ୍ତରାୟଙ୍କ ଦେହାନ୍ତ
ଭୁବନେଶ୍ଵର : କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ। ୭୮ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ପ୍ରଭାତଙ୍କ ଦେହାନ୍ତ ନେଇ ସାନ ପୁଅ ସିଦ୍ଧାର୍ଥ ସାମନ୍ତରାୟ ସୂଚନା ଦେଇଛନ୍ତି। ତାଙ୍କ ପରଲୋକରେବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।
ପ୍ରଭାତ କୁମାର ସାମନ୍ତରାୟ ୧୯୫୦ ମସିହାର ଅପ୍ରେଲ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ସୂର୍ୟ୍ୟମଣି ସାମନ୍ତରାୟ ଏବଂ ପତ୍ନୀଙ୍କ ନାମ ପ୍ରତିଭା ମଞ୍ଜରୀ ମହାନ୍ତି । ପ୍ରଭାତଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର । ସେ ଜଣେ ବିଶିଷ୍ଟ ରାଜନୀତିଜ୍ଞ। ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଥିଲେ। କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭାବେ ୨ ଥର ନିର୍ବାଚିତ ହୋଇଥିଲେ।
Powered by Froala Editor