୨୩ ଓ ୨୪ରେ ଅବପାତ କିନ୍ତୁ ବାତ୍ୟା ରୂପ ସ୍ପଷ୍ଟ ନାହିଁ
୨୦ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୨୩ ଓ ୨୪ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନାନୁସାରେ, ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଚିତ୍ର ଆହୁରି ସ୍ପଷ୍ଟ ହେବ। ତେବେ ବାତ୍ୟା ନେଇ କୌଣସି ସୂଚନା ନାହିଁ।
ଅନ୍ୟପଟେ, IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଆସନ୍ତା ୨୦ ତାରିଖ ସୁଦ୍ଧା ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ୨୨ ତାରିଖ ବେଳକୁ ଏହା କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। କ୍ରମେ ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ତାରିଖରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୨୪ ତାରିଖରେ ଅଧିକ ବର୍ଷା ହୋଇପାରେ। ତଥାପି ନିୟମିତ ମନିଟର କରାଯାଉଛି। ବାତ୍ୟା ନେଇ କିଛି ଆକଳନ କରାଯାଇନି। ଅବପାତ ନେଇ ପୂର୍ବାନୁମାନ କରିଛୁ ବୋଲି IMD ଡିଜି କହିଛନ୍ତି।
Powered by Froala Editor