ସାତକୋଶିଆ ଆସିବେ ମହାବଳ
ବାଘଶୂନ୍ୟ ହୋଇପଡ଼ିଥିବା ସାତକୋଶିଆକୁ ଆସିବେ ମହାବଳ ବାଘ । ଏନଟିସିଏର ଟାଇଗର ରିକଭରି ପ୍ଲାନ ଅନୁସାରେ ୧୨ ରୁ ୧୬ ଟି ବାଘ ଆଣିବାକୁ ଯୋଜନା କରାଯାଇଛି ବୋଲି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଛି ୧୨ଟି ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ ।
୨୦୦୭ ମସିହାରେ ସାତକୋଶିଆରେ ୧୩ରୁ ୧୫ ବାଘ ଥିବା ବେଳେ ଏବେ ଏହା ବାଘ ଶୂନ୍ୟ ହୋଇଯାଇଛି । ତେଣୁ ଟାଇଗର ରିକଭରି ପ୍ଲାନ ଅନୁଯାୟୀ ବାଘ ଆଣିବାକୁ ଯୋଜନା ଅଛି ବୋଲି କହିଛନ୍ତି ପିସିସିଏଫ । NTCAର ଟାଇଗର ରିକଭରି ପ୍ଲାନ ଅନୁୟାୟୀ ଏହାକୁ ୫ ବର୍ଷ ଭିତରେ କାର୍ଯ୍ୟକାରୀ କରାଯିବ ବୋଲି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ। ମହାବଳ ବାଘ ଆଣିବା ପାଇଁ ବୈଷୟିକ ଅନୁମୋଦନ ଶେଷ ହୋଇଛି। ପ୍ରଥମ ପର୍ଯ୍ୟାରେ ଗୋଟିଏ ଅଣ୍ଡିରା ଓ ଦୁଇଟି ମାଈ ବାଘ ଅଣାଯିବ।
ବାଘ ଅଣାଯାଇ ବଂଶ ବିସ୍ତାର ପାଇଁ ଯୋଜନା କରାଯାଇଛି ବୋଲି ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି। ଅନ୍ୟପକ୍ଷରେ ଅନୁଗୁଳ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ୧୨ଟି ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ ପ୍ରଦାନ କରାଯାଇଛି । ଏହାସହ ବାଲୁଖଣ୍ଡ ଅଭୟାରଣ୍ୟ ଓ କପିଳାସ ଅଭୟାରଣ୍ୟକୁ ମଧ୍ୟ କେତେକ ପାଟ୍ରୋଲିଂ ଯାନ ପ୍ରଦାନ କରାଯାଇଛି ।
Powered by Froala Editor