OAS ଟପ୍ପର ଶ୍ୱେତାଶ୍ରୀ ମହାପାତ୍ର
ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍ ରେଜଲ୍ଟ। ମୋଟ୍ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍ ଟେନ୍ରେ ୫ ମହିଳା ଓ ୫ ପୁରୁଷ ରହିଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଓଏଏସ୍ ଟପ୍ପର ହୋଇଛନ୍ତି। ପ୍ରିଙ୍କିଲ ପରବୀନ ପରିଡ଼ା ଦ୍ୱିତୀୟ ଏବଂ ଦୀପ୍ତିରଞ୍ଜନ ପତି ତୃତୀୟ ସ୍ଥାନରେ ରହିଛନ୍ତି। ଏହାର ତାଲିକା ଓଡ଼ିଶା ଲୋକସେବା ଆୟୋଗର ଓ୍ବେବ୍ସାଇଟ୍ www.opsc.gov.inରେ ଉପଲବ୍ଧ। ଏଥିରେ ମୋଟ୍ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି।
ସେହିପରି ୪ର୍ଥ ସ୍ଥାନରେ ପ୍ରଜ୍ଞା ପାରଙ୍ଗମ ରହିଥିବା ବେଳେ ୫ମ ସ୍ଥାନରେ ଆଜାଦ ସାହୁ, ୬ଷ୍ଠ ସ୍ଥାନରେ ଦୀପମ ରାଉତ, ୭ମ ସ୍ଥାନରେ ଦେବଦ୍ରତ ଗୌଡ଼,୮ମ ସ୍ଥାନରେ ଆଦିତ୍ୟ ଦୀପଙ୍କର ରାଉତ, ନବମ ସ୍ଥାନରେ କପିଳ କୁମାର ମହାନ୍ତି ରହିଥିବା ବେଳେ ୧୦ମ ସ୍ଥାନରେ ଅମ୍ରିତା ସାହୁ ରହିଛନ୍ତି।
ଟପ୍ପର ହୋଇଥିବା ଶ୍ୱେତାଶ୍ରୀ ମହାପାତ୍ରଙ୍କ ଘର ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଲୁଙ୍ଗା ପଞ୍ଚାୟତ ଉରୁଣିଆ ଗାଁରେ। କିନ୍ତୁ ତାଙ୍କ ପରିବାର ଏବେ ଭଦ୍ରକ ସହର ସ୍ଥିତ ଅପର୍ତିବିନ୍ଧା ନ୍ୟୁ କଲୋନୀରେ ରହୁଛନ୍ତି। ଶ୍ୱେତାଶ୍ରୀଙ୍କ ବାପା ମୁକ୍ତିକାନ୍ତ ମହାପାତ୍ର ହେଉଛନ୍ତି ଜଣେ ଅବସରପ୍ରାପ୍ତ ହାଇସ୍କୁଲ ଶିକ୍ଷକ। ମାଆ ଫେଜର ଗାର୍ଲସା ସ୍କୁଲରେ ପ୍ରଧାନଶିକ୍ଷୟିତ୍ରୀ ରହିଛନ୍ତି। ଶ୍ୱେତାଶ୍ରୀ ଦୁର୍ଗାପୁର NITରେ ବି-ଟେକ ଏବଂ ଏମ-ଟେକ କରିଥିଲେ। ପରେ ସେଠାରେ ସେ ଚାକିରି କରୁଥିଲେ। ପରବର୍ତ୍ତୀ ସମୟରେ ସେ ଚାକିରି ଛାଡି OAS ପାଇଁ ପ୍ରସ୍ତୁତ ହୋଇ ପରୀକ୍ଷା ଦେଇଥିଲେ।
Powered by Froala Editor