ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଭୁବନେଶ୍ୱର: ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟାଟି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ବାତ୍ୟା ନାଁ 'ଦାନା' ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨୩, ୨୪, ୨୫ ତାରିଖ ୩ ଦିନ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ୨୦ରୁ ୩୦ ସେମି ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ୩୦ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।
Powered by Froala Editor