ପାରାଦୀପ ଓ ବାଲେଶ୍ଵର ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ‘ଦାନା’
ଭୁବନେଶ୍ୱର: ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେ ତ୍ରସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟାଟି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ବାତ୍ୟା ନାଁ 'ଦାନା' ରଖାଯାଇଛି। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ଆସନ୍ତା ୨୩ ତାରିଖ ଏବଂ ୨୪ ତାରିଖ ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ପାରାଦୀପ ଏବଂ ବାଲେଶ୍ଵର ମଧ୍ୟରେ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ କରିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ସହିତ ବାତ୍ୟାର ଗତିପଥ କିପରି ରହିବ ତାହା ମଧ୍ୟ ବିଭାଗ ପକ୍ଷରୁ ଦର୍ଶାଯାଇଛି। ତେବେ ଲଘୁଚାପ ଅବପାତର ରୂପ ନେବା ପରେ ଲ୍ୟାଣ୍ଡଫଲର ପ୍ରକୃତ ସ୍ଥାନ ଜଣାପଡ଼ିବ ବୋଲି କୁହାଯାଇଛି।
Powered by Froala Editor