ବାତ୍ୟା: ଉତ୍ତର ଓଡ଼ିଶାକୁ ହିଟ କରିବା ସମ୍ଭାବନା
ଭୁବନେଶ୍ୱର:ଆସୁଛି ବାତ୍ୟା ‘ଦାନା’ । ଆଉ ବାତ୍ୟାର ଗତିପଥ ନେଇ ଆଇଏମଡି ଏବେ ନୂଆ ସୂଚନା ଦେଇଛି । ବାତ୍ୟା ଓଡ଼ିଶାକୁ ହିଟ କରିବା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାକୁ ହିଟ କରିବା ସମ୍ଭାବନା ରହିଛି । ପୁରୀ ଓ ସାଗୀ ଦ୍ୱୀପ ମଧ୍ୟରେ ଏହା କୂଳ ଛୁଇଁପାରେ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟା କୂଳ ଛୁଇଁବ । ଭୀଷଣ ବାତ୍ୟା ରୂପ ନେଇ ଏହା କୂଳ ଛୁଇଁପାରେ । ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ କିମି ଭିତରେ ରହିବ ।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ଯେ, ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ । ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛି। ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।
ଏହାରି ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ଭାବ୍ୟ ବ୍ୟାତ୍ୟା 'ଦାନା'ର ସମୀକ୍ଷା କରିପାରନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସାମ୍ଭାବ୍ୟ ବାତ୍ୟାର ସମୀକ୍ଷା କରିପାରନ୍ତି । ସୂଚନା ଅନୁସାରେ, ଆଜି ଅପରାହ୍ନ ସାଢ଼େ ୪ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବୈଠକ ନେବାର ସମ୍ଭାବନା ରହିଛି । ଲୋକସେବା ଭବନରେ ସମୀକ୍ଷା ବୈଠକ ଅନୁଷ୍ଠିତ ହେବାର କାର୍ୟ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୂଜା ଓ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି ।
Powered by Froala Editor