୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା, ଜୁଲାଇରୁ ପିଛିଲା ଭାବେ ଲାଗୁ ହେବ
ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି । ଅନେକ ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଫଳରେ ସେମାନଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୨୦୨୪ରୁ ପିଛିଲା ଭାବେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।
ସୂଚନା ମୁତାବକ, ରାଜ୍ୟର ସରକାରୀ କର୍ମଚାରୀଙ୍କର ମହଙ୍ଗା ଭତ୍ତା (ଡିଏ) ୩ ପ୍ରତିଶତ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ସେହିପରି ପେନସନଧାରୀଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି ଘୋଷଣା କରାଯାଇଛି । ରାଜ୍ୟର ସାଢ଼େ ୭ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଧାରୀ ଏହି ଘୋଷଣା ଦ୍ୱାରା ବିଶେଷ ଭାବେ ଉପକୃତ ହେବେ ।
Powered by Froala Editor