ବାତ୍ୟା ପାଇଁ NRTS ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷା ସ୍ଥଗିତ
ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରି-ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ତେବେ ଏହା ମଧ୍ୟରେ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ବାତ୍ୟା ପାଇଁ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି । ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଅକ୍ଟୋବର ୨୩ ତାରିଖରେ NRTS ଏବଂ ୨୫ ତାରିଖରେ ପ୍ରାଥମିକ ବୃତ୍ତି ପରୀକ୍ଷା କରିବା ପାଇଁ ପୂର୍ବରୁ ସ୍ଥିର ହୋଇଥିଲା। ତେବେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବୋର୍ଡ ପକ୍ଷରୁ ଏହାକୁ ସ୍ଥଗିତ ରଖିଛି ବୋର୍ଡ। ପରୀକ୍ଷା ପୁଣି କେବେ ହେବ, ସେ ସଂପର୍କରେ ପରେ ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।
ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରି ବାତ୍ୟା ଉପରେ ସୂଚନା ଜାରି କରିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ବାତ୍ୟାକୁ ନେଇ ସମୀକ୍ଷା ବୈଠକ କରିଥିଲେ । ବାତ୍ୟା ପାଇଁ ଅଗ୍ନିଶମ, ଓଡ୍ରାଫ, ଏନଡିଆରଏଫ ଟିମ୍ ପ୍ରସ୍ତୁତ କରିଥିବା ମୁଖ୍ୟମନ୍ତ୍ରୀ କହିଥିଲେ । ଅନ୍ୟପଟେ ବାତ୍ୟାର ଗତିପଥକୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଜାରି କରିବା ସହ ବାତ୍ୟା ଉତ୍ତର-ଓଡ଼ିଶାରେ ମାଡ଼ ହେବାର ସମ୍ଭାବନା ରହିଥିବା ଅନୁମାନ କରିଛି ।
Powered by Froala Editor