ସମ୍ଭାବ୍ୟ ବାତ୍ୟା: ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ‘ଦାନା’ ପ୍ରଭାବରେ ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅତି ପ୍ରବଳ ବର୍ଷା ପାଇଁ ୭ ଜିଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ, କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ସବୁ ବନ୍ଦର ପାଇଁ ବିପଦ ସଙ୍କେତ ଜାରି ହୋଇଛି । ସବୁ ବନ୍ଦର ପାଇଁ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ଏନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଏହାସହ ୭ ଜିଲାକୁ ରେଡ୍ ଓ ୧୪ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
Powered by Froala Editor