ବାତ୍ୟା ପାଇଁ ୩ ଦିନ ବନ୍ଦ ହେଲା ଶିମିଳିପାଳ
ବାତ୍ୟା ‘ଦାନା’ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ପୁରୀ-ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ।
ସମ୍ଭାବ୍ୟ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ କର୍ତ୍ତୃପକ୍ଷ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ସମୟରେ କୌଣସି ପର୍ଯ୍ୟଟକ ଆସିପାରିବେ ନାହିଁ ବୋଲି ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ କର୍ତ୍ତୃପକ୍ଷ କହିଛନ୍ତି ।
ଶିମିଳିପାଳ ତିନିମାସ ବନ୍ଦ ରହିବା ପରେ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଥିଲା । ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ଗତ ୧୦ ତାରିଖରୁ ଏହା ଖୋଲାଯାଇଥିଲା । ବାତ୍ୟା ପାଇଁ ପୁଣି ଶିମିଳିପାଳ ୩ ଦିନ ବନ୍ଦ ରହିବ ବୋଲି ସୂଚନା ଜାରି ହୋଇଛି । ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି ।
Powered by Froala Editor