OSSSC ଅଧ୍ୟକ୍ଷ ହେଲେ ଲଳିତ ଦାସ
ବିଭିନ୍ନ ପଦବୀ ପାଇଁ ନିଯୁକ୍ତିରେ ଅନିୟମିତତାକୁ ନେଇ ବିବାଦରେ ଥିବା ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ ସିଲେକ୍ସନ(ଓଏସଏସଏସସି)ରେ ରାଜ୍ୟ ସରକାର ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି । ଅବସରପ୍ରାପ୍ତ ଆଇପିଏସ୍ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ସବ୍ ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ(ଓଏସ୍ଏସ୍ଏସ୍ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ସହ ଅବସରପ୍ରାପ୍ତ ଆଇଏଏସ୍ ଉଦ୍ଧବ ଚନ୍ଦ୍ର ମାଝୀ ଏବଂ ସରୋଜ କୁମାର ମିଶ୍ରଙ୍କୁ ମଧ୍ୟ ମିଶ୍ରଙ୍କୁ ସଦସ୍ୟ ଭାବେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି ।
ଉଲ୍ଲେଖଯୋଗ୍ୟ, ଓଏସଏସଏସସି ଦ୍ୱାରା ଆୟୋଜିତ ଅମିନ,ଆରଆଇ, ଫରେଷ୍ଟର ସମେତ ବିଭିନ୍ନ ପରୀକ୍ଷାରେ ଅନିୟମିତତାର ଅଭିଯୋଗ ଆଣି ପରୀକ୍ଷାର୍ଥୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ରାଜ୍ୟ ସରକାର ଏହି ପରୀକ୍ଷାକୁ ସ୍ୱଚ୍ଛତା ଆଣିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ଏହାସହିତ ଓଏସଏଏସଏସସିରେ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି ।
Powered by Froala Editor