ଆଜି ସନ୍ଧ୍ୟାରୁ ବର୍ଷା ସହ ପବନ
ଭୁବନେଶ୍ୱର:ବାତ୍ୟା ‘ଦାନା’ ପ୍ରଭାବରେ ଆଜି ସନ୍ଧ୍ୟାରୁ ରାଜ୍ୟରେ ବଦଳିବ ପାଗ। ଆଜି ଉପକୂଳ ଓଡ଼ିଶାରେ ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନର ବେଗ ବଢ଼ିବ। ତେବେ ଆସନ୍ତୁ ଜାଣିବା ବାତ୍ୟା ଉପକୂଳ ଅତିକ୍ରମ କରିବା ସମୟରେ କେଉଁ ଜିଲ୍ଲାରେ କେତେ ରହିବ ପବନର ବେଗ।
ବାତ୍ୟା ଦାନା ଉପକୂଳ ଅତିକ୍ରମ କରିବା ସମୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୧୦ କିଲୋମିଟର ରହିପାରେ।ବାତ୍ୟା ‘ଦାନା’ ପ୍ରଭାବରେ ଆସନ୍ତାକାଲି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର,ମୟୂରଭଞ୍ଜ, ଜଗତସିଂହପୁର ଓ କଟକ। ଏହି ଜିଲ୍ଲାରେ କିଛି ସ୍ଥାନରେ ୨୦ରୁ ୩୦ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।
ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଆଜି ସକାଳେ ବାତ୍ୟାରେ ପରିଣତ ହୋଇଛି। ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ।
Powered by Froala Editor