ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତା ମାସ ଦୁଇଟି ପର୍ଯ୍ୟାୟରେ ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ | ବିଜେପି ପ୍ରଥମ ପର୍ଯ୍ୟାୟରେ ୬୬ ଜଣ ପ୍ରାର୍ଥୀଙ୍କ ତାଲିକା ଜାରି କରିଛି | ତେବେ ଏହା ମଧ୍ୟରେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ତାର ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କରିଛି । ଏହି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭି ସାମିଲ କର ଯାଇଛି |
ଏହି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକାରେ ଅନ୍ୟ ବଡ ନେତାଙ୍କ ମଧ୍ୟରେ ଅଛନ୍ତି , ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ, ଶିବରାଜ ସିଂହ ଚୌହାନ, ହିମନ୍ତ ବିଶ୍ୱ ଶର୍ମା, ବାବୁଲାଲ ମାରାଣ୍ଡି, ଅମର କୁମାର ବାଉରୀ, ଲକ୍ଷ୍ମୀକାନ୍ତ ବାଜପାଇ, ରବିନ୍ଦ୍ର କୁମାର ରାଏ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଅର୍ଜୁନ ମୁଣ୍ଡା, ବିଷ୍ଣୁଦେବ ସାଏ, ସ୍ମୃତି ଇରାନୀ, ଯୋଗୀ ଆଦିତ୍ୟନାଥ ଓ ଅନ୍ୟମାନେ |
ଏହି ଠାରେ ସୂଚନାଯେ ଆସନ୍ତା ମାସ ୧୩ ଓ ୨୦ ତାରିଖରେ ଦୁଇଟି ପର୍ଯ୍ୟାୟରେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ |
Powered by Froala Editor