ଆହୁରି ୩ ଦିନ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ଆହୁରି ୩ ଦିନ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି ଯେ, ଅକ୍ଟୋବର ୨୬ରୁ ୨୮ ତାରିଖ ଯାଏଁ ଶିମିଳିପାଳ ବନ୍ଦ ରହିବ।
ସାମୁଦ୍ରିକ ଝଡ଼ ବାତ୍ୟା ‘ଦାନା’ ଓଡ଼ିଶା ଉପକୂଳରେ ଗୁରୁବାର-ଶୁକ୍ରବାର ରାତିରେ ଲ୍ୟାଣ୍ଡଫଲ୍ କରିଛି। ଏହାର ପ୍ରଭାବରେ ଆଜି ଦିନସାରା ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି। ବାତ୍ୟାର ପ୍ରଭାବରେ ମୟୂରଭଂଜ ଜିଲ୍ଲାରେ ଗତକାଲି ଠାରୁ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଶିମିଳିପାଳ ଅଭ୍ୟରଣକୁ ବନ୍ଦ କରାଯାଇଛି
Powered by Froala Editor