ସର୍ଚ୍ଚ ଅପରେସନ୍ ବେଳେ ମାଓବାଦୀ ନିପାତ
କନ୍ଧମାଳରେ ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ଜଣେ ମାଓବାଦୀ ନିପାତ ହୋଇଥିବା ସୂଚନା ରହିଛି । ମୃତ ନକ୍ସଲ KKBN ଡିଭିଜନର। ଏବେ ମଧ୍ୟ ଜଙ୍ଗଲରେ ସର୍ଚ୍ଚ ଅପରେସନ୍ ଚାଲିଛି। ଏଥିସହ AK 47 ଜବତ ହୋଇଛି।
ବାଲିଗୁଡ଼ା ଥାନା ବୁଢ଼ାନଈ ସଂରକ୍ଷିତ ଜଙ୍ଗଲରେ ନକ୍ସଲଙ୍କ ଗତିବିଧି ଥିବା ଜଣାପଡ଼ିଥିଲା। ଏ ପରେ ସୁରକ୍ଷା କର୍ମୀମାନେ ସର୍ଚ୍ଚ ଅପରେସନ୍ରେ ଯାଇଥିଲେ। ଜଙ୍ଗଲରେ ସର୍ଚ୍ଚ ଅପରେସନ୍ ଚାଲିଥିବା ବେଳେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମୁହାଁମୁହିଁ ହୋଇଥିଲେ । ଯାହାର ଜବାବ ଦେଇଥିଲେ ସୁରକ୍ଷା କର୍ମୀ। ଉଭୟଙ୍କ ଭିତରେ ଦୀର୍ଘ ସମୟ ଧରି ଚାଲିଥିଲା ଗୁଳି ବିନିମୟ।
ବାଲଗୁଡା ଥାନା ଅଞ୍ଚଳରେ ଏହି ଗୁଳି ବିନିମୟ ଆରମ୍ଭ ହୋଇଥିଲା । ଏସଓଜି, ଡିଭିଏଫ ସୁରକ୍ଷାକର୍ମୀ କୁମ୍ବିଂ ଅପରେସନ ବେଳେ ମୁହାଁମୁହିଁ ହୋଇଥିବା ସୂଚନା ରହିଛି । ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ମିଳିଛି । ତେବେ ସର୍ଚ୍ଚ ଅପରେସନ ବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି ।
Powered by Froala Editor