ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍ - ସୁରେଶ ପୂଜାରୀ

ରାଜ୍ୟରେ ବନ୍ୟା ସ୍ଥିତି ହୋଇନଥିବା ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି ଯେ ସରକାର ପୁରା ସ୍ଥିତି ଉପରେ ନଜର ରଖିଛନ୍ତି, ବର୍ଷା କମିବା ଯାଏଁ ଲୋକାମାନେ ସାମାନ୍ୟ ହଇରାଣ ହେବେ। ବାତ୍ୟା ଦାନା ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁଁ ବୁଢାବଳଙ୍ଗ ନଦୀରେ ପାଣି ବଢିଛି। ହେଲେ ବିପଦ ସଙ୍କେତ ଟପିନି।
ସେପଟେ ବାତ୍ୟା ଦାନା ପାଇଁ ହୋଇଥିବା କ୍ଷୟକ୍ଷତିର ଆକଳନ କରିବାକୁ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍। ଏନେଇ ସୂଚନା ଦେଇଛନ୍ତି ସୁରେଶ ପୂଜାରୀ। ଆଗାମୀ ୭ଦିନରେ କେନ୍ଦ୍ର ସରକାରଙ୍କୁ ବାତ୍ୟା କ୍ଷୟକ୍ଷତିର ଚୂଡାନ୍ତ ରିପୋର୍ଟ ପଠାଯିବ। କେନ୍ଦ୍ର ସରକାର ସହାୟତା ଯୋଗାଇ ଦେବା ପୂର୍ବରୁ ରାଜ୍ୟ ସରକାର ଲୋକଙ୍କ ପାଖରେ ଅର୍ଥ ପହଞ୍ଚାଇବେ ବୋଲି ମନ୍ତ୍ରୀ କହିଛନ୍ତି।
Powered by Froala Editor