Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ...

  • କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ...

  • ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ...

  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ...

  • ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

  • ଟାଟା ସୁମୋ ଉପରେ ଖସିଲା ପାହାଡ଼ ; ୧୩ ମୃତ

  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ...

  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ...

  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ...

ରାଜ୍ୟ
Home ›› ରାଜ୍ୟ ››ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

2024-10-27 18:46:25
14701
Share:
Facebook
Twitter
E-Mail
WhatsApp
Telegram
ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟାଞ୍ଚଳ ପରିଦର୍ଶନ କରି ସନ୍ଧ୍ୟାରେ ପରିସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ।


ସମିକ୍ଷାପରେ ଗଣ ମାଧ୍ୟମ ଆଗରେ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ  ସମୁଦାୟ 6210 ଟି ଆଶ୍ରୟସ୍ଥଳରେ 8 ଲକ୍ଷରୁ ଅଧିକ ଲୋକ ରହିଥିଲେ । କିନ୍ତୁ ବର୍ତ୍ତମାନ ପ୍ରାୟ ସମସ୍ତେ ନିଜନିଜ ଘରକୁ ଫେରିଗଲେଣି। ଯେଉଁ କେତୋଟି ଗ୍ରାମ ପଞ୍ଚାୟତରେ ପାଣି ଜମି ରହିଛି ସେଠିକାର ଲୋକମାନେ ଏବେବି ଆଶ୍ରୟସ୍ଥଳୀରେ ଅଛନ୍ତି ।  ମାତ୍ର 30 ହଜାର ଲୋକ 470 ଟି ଆଶ୍ରୟସ୍ଥଳୀରେ ଅଛନ୍ତି । 


ବିଦ୍ୟୁତ୍ ଯୋଗାଣ ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ସୁଦ୍ଧା ପ୍ରାୟ 98 ପ୍ରତିଶତ ବିଦ୍ୟୁତ୍ ଉପଭୋକ୍ତାଙ୍କ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରାଯାଇଛି । 


ସମୁଦାୟ 22 ଲକ୍ଷ 84 ହଜାର ଉପଭୋକ୍ତା ପ୍ରଭାବିତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା 22 ଲକ୍ଷ 32 ହଜାର ଉପଭୋକ୍ତାଙ୍କୁ ବିଦ୍ୟୁତ୍ ସଂଯୋଗ ସ୍ୱଭାବିକ କରାଯାଇଛି। କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଅଳ୍ପ କେତୋଟି ଗ୍ରାମ ପଞ୍ଚାୟତ ଏବେବି ଜଳମଗ୍ନ ଅଛି । ତାହା ସତ୍ତ୍ୱେ ବି ବିଦ୍ୟୁତ୍ ଯୋଗାଣ କାର୍ଯ୍ୟ   ଚାଲିଛି । ପାଣି କମିବା ପରେ ବିଦ୍ୟୁତ୍ ଯୋଗାଣ ଶତପ୍ରତିଶତ ସ୍ୱାଭାବିକ  ହୋଇଯିବ । 7 ହଜାରରୁ ଅଧିକ କର୍ମଚାରୀ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବା ପାଇଁ ନିୟୋଜିତ ଅଛନ୍ତି ବୋଲି ସେ କହିଥିଲେ। ବିଦ୍ୟୁତ୍ ପୁନଃ ଯୋଗାଣ କ୍ଷେତ୍ରରେ ଲୋକମାନେ କର୍ମଚାରୀଙ୍କୁ ସ୍ଵତଃ ପ୍ରବୃତ୍ତ ଭାବେ ସହଯୋଗ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


ପ୍ରଭାବିତ ଅଞ୍ଚଳର ମ୍ୟୁନିସପାଲଟି ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକରେ ସଫେଇ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଅଣପ୍ରଭାବିତ ଅଞ୍ଚଳରୁ ସଫେଇ କର୍ମଚାରୀ ଆଣି ରାସ୍ତାଘାଟ ପରିଷ୍କାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 


କୃଷି କ୍ଷେତ୍ରର କ୍ଷୟକ୍ଷତି ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରାରମ୍ଭିକ ଆକଳନରୁ ଜଣାଯାଇଛି ଯେ, କୃଷି କ୍ଷେତ୍ରରେ କେନ୍ଦ୍ରାପଡା ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାର 12 ଟି ବ୍ଲକ୍ ର 880 ଟି ଗ୍ରାମ ପଞ୍ଚାୟତ ଓ 4100 ଟି ଗ୍ରାମରେ ପ୍ରାୟ 2 ଲକ୍ଷ 21 ହଜାର 800 ଏକର ଚାଷ ଜମିରେ ଫସଲ କ୍ଷତି ହୋଇଛି । ପ୍ରକୃତ ରିପୋର୍ଟ ଆସିବାପରେ ସହାୟତା ପ୍ରଦାନ କରାଯିବ ବୋଲି ସେ କହିଥିଲେ। 


ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ 335 ଟି ଡାକ୍ତରୀ ଦଳ ନିୟୋଜିତ ହୋଇଥିଲେ । ସମୁଦାୟ 4871 ଗର୍ଭବତୀ ମହିଳାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ର ଓ ମା ଗୃହକୁ ଅଣାଯାଇଥିଲା। ସେଠାରେ ଏହି ସମୟ ମଧ୍ୟରେ 2,529 ଜଣ ଶିଶୁ ଜନ୍ମ ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।


ସବୁ ପ୍ରମୁଖ ରାସ୍ତା ଗୁଡିକରୁ ପ୍ରାୟ ସବୁ ଅବରୋଧ ହଟି ସାରିଛି ଏବଂ ବର୍ତ୍ତମାନ ଗମନା ଗମନରେ କୌଣସି ଅସୁବିଧା ନାହିଁ ବୋଲି ସେ କହିଥିଲେ। 


ବନ୍ୟା ଭୟ ବର୍ତ୍ତମାନ ଆଉ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବୁଢାବଳଙ୍ଗ ନଦୀ ପୂର୍ବରୁ ବିପଦ ସଂକେତ ଉପରେ ଥିଲା । ତେବେ, ବର୍ତ୍ତମାନ ଜଳସ୍ତର ହ୍ରାସ ପାଇଛି । ଏବେ ଏହା ବିପଦ ସଂକେତ ତଳେ ଅଛି। ବିପଦ ସ୍ତର 8.13 ମିଟର ଥିବା ବେଲେ ବର୍ତ୍ତମାନ ଜଳସ୍ତର 7.20 ମିଟର ଅଛି ବୋଲି ସେ କହିଥିଲେ। 


ବିଭିନ୍ନ ଜାଗାରେ ଲୋକଙ୍କ ଘରେ ବାତ୍ୟା ଦ୍ୱାରା ଗଛ ଭାଙ୍ଗି ପଡିଥିବାରୁ ଅଗ୍ନିଶମ ବିଭାଗକୁ ପ୍ରାୟ 6 ହଜାର ଫୋନ୍ କଲ୍ ଆସିଥିଲା ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ଉପରେ ଅଗ୍ନିଶମ ବାହିନୀ ପକ୍ଷରୁ  ତୁରନ୍ତ ପଦକ୍ଷେପ ନିଆଯାଇଛି । 


    ବାତ୍ୟା ମୁକାବିଲାରେ ଭାରତ ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ । ସେ କହିଥିଲେ ଯେ ବାତ୍ୟା ସମୟରେ ଲୋକଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ସରକାର ଆବଶ୍ୟକ ପରିମାଣର NDRF ଟିମ୍ ପଠାଇଥିଲେ । ଲୋକଙ୍କ ଜୀବନ ବଞ୍ଚାଇବାରେ ସେମାନଙ୍କ ଭୂମିକା ଖୁବ୍ ସହାୟକ ହୋଇଛି ।  ଏଥିପାଇଁ "ମୁଁ ମାନ୍ୟବର ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରୁଛି" ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 


    ସେହିପରି, ବାତ୍ୟା ମୁକାବିଲା ପାଇଁ 21 ତାରିଖରୁ ସମୀକ୍ଷା ଆରମ୍ଭ କରାଯାଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଥମରୁ ଜିଲ୍ଲାପାଳମାନଙ୍କୁ ଯେଉଁ ସବୁ ନିର୍ଦ୍ଦେଶ ଏବଂ ଦାୟିତ୍ୱ ଦିଆ ଯାଇଥିଲା ସେମାନେ ଦିନରାତି ଏକ କରି ସେସବୁ କାର୍ଯ୍ୟକୁ ସୁଚାର ରୂପେ ସମ୍ପନ୍ନ କରିଛନ୍ତି । 


ରାଜ୍ୟ ସରକାର ଜିରୋ କାଜୁଆଲଟି ଲକ୍ଷ୍ୟ  ହାସଲ କରିଛନ୍ତି ।


ମୁଖ୍ୟମନ୍ତ୍ରୀ  କହିଥିଲେ ଯେ "ଆପଣମାନଙ୍କ ଜରିଆରେ ମୁଁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ସବୁ କର୍ମଚାରୀମାନଙ୍କୁ ଧନ୍ୟବାଦ ଜଣାଉଛି । ବିଶେଷ କରି କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜର ଜିଲ୍ଲାପାଳମାନଙ୍କୁ ମୋର ସ୍ୱତନ୍ତ୍ର ଧନ୍ୟବାଦ ।"


ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ସ୍ଵତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ପୋଲିସ ମହା ନିର୍ଦ୍ଦେଶକ ଶ୍ରୀ ୱାୟି. ବି. ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ମାନେ ଉପସ୍ଥିତ ଥିଲେ।

Powered by Froala Editor

Tags Chief minister, Mohan Charan Majhi

Related articles Odisha News Lens 4.1

  • ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ
    ଦେଶ-ଦେଶାନ୍ତର

    ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ

    13921
    Jul 25, 2026
  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ ...
    ଦେଶ-ଦେଶାନ୍ତର

    ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ ...

    14751
    Jul 25, 2026
  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି

    13818
    Jul 25, 2026
  • କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ...
    ରାଜନୀତି

    କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ...

    14043
    Jul 25, 2026
  • ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

    15563
    Jul 25, 2026
  • କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ
    ଦେଶ-ଦେଶାନ୍ତର

    କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ

    15274
    Jul 25, 2026
  • ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ ...
    ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ ...

    13698
    Jul 25, 2026
  • ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA
    ଦେଶ-ଦେଶାନ୍ତର

    ୪୭ ଅଧିକାରୀଙ୍କୁ ବହିଷ୍କାର କଲା NTA

    13775
    Jul 25, 2026
  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...
    ରାଜନୀତି

    ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...

    14979
    Jul 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ୟାମେରାମ୍ୟାନକୁ ବିବାହ କଲେ ତିନି ଇନ୍‌ଫ୍ଲୁଏନ୍ସର୍ ଭଉଣୀ

    15274
    Jul 25, 2026
  • ଦେଶ-ଦେଶାନ୍ତର

    ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

    15563
    Jul 25, 2026
  • ଦେଶ-ଦେଶାନ୍ତର

    ପୁଣି ଅମରନାଥ ଯାତ୍ରା ଆରମ୍ଭ, ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ

    13921
    Jul 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16996
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17602
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17655
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18056
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15439
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15335
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15993
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14242
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14520
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15922
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15293
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13893
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14111
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି

    13818
    Jul 25, 2026
  • ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    14751
    Jul 25, 2026
  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ପାଣ୍ଡିଆନ୍, ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗର ଚେତାବନୀ

    14979
    Jul 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In