ଓଏଏସସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ରାଜ୍ୟ ସରକାର ଆଜି ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଶୈଳେନ୍ଦ୍ର କୁମାର ଜେନା ମିଶନ ଶକ୍ତି ଯୁଗ୍ମ ସଚିବ ହୋଇଥିବାବେଳେ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି।
ସେହିପରି ବିନୋଦ କୁମାର ଜେନା ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ ଏବଂ ଗୋପୀନାଥ କୁଅଁରଙ୍କୁ ମହିଳା ଓ ଶିଶୁ ବିକାଶ ଯୁଗ୍ମ ସଚିବ ଦାୟିତ୍ବ ଦିଆଯାଇଛି। ଅପରପକ୍ଷରେ ମନୋରଞ୍ଜନ ସାହୁଙ୍କୁ ଭୁବନେଶ୍ବର ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି। ସୂରଜ କୁମାର ପଟ୍ଟନାୟକଙ୍କୁ ବରଗଡ଼ ଜିଲା ପରିଷଦର ଅତିରିକ୍ତ ଇଓ, ରାଜ କିଶୋର ଜେନାଙ୍କୁ ପୁରୀ ସବ୍-କଲେକ୍ଟର, ହେମସାଗର ଭୋଇଙ୍କୁ କୁଚିଣ୍ଡା ଆଇଟିଡିଏ ପିଏ, ସୋହେଲା ବିଡିଓ ସୁରେନ୍ଦ୍ର ମେହେରଙ୍କୁ ସୁବର୍ଣ୍ଣପୁରର ଅତିରିକ୍ତ ସବ୍-କଲେକ୍ଟର, ମନୋରମା ଜାଲିଙ୍କୁ ଭୁବନେଶ୍ୱରସ୍ଥିତ ଏସ୍ଆଇଆରଡିର ଡେପୁଟି ଡାଇରେକ୍ଟର, ସୁନୀଲ କୁମାର ମେହେରଙ୍କୁ ପାଟଣାଗଡ଼ ସବ୍-କଲେକ୍ଟର ଭାବେ ବଦଳି କରାଯାଇଛି।
Powered by Froala Editor