୫ ଜିଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ବର୍ଷା ପାଇଁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ | ମଙ୍ଗଳବାର ଅର୍ଥାତ୍ ଅକ୍ଟୋବର ୨୯ ସକାଳ ଯାଏଁ ବର୍ଷା ପାଇଁ ୫ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି, ଘଡଘଡି ସହ ବର୍ଷା ପାଇଁ କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, ଗଞ୍ଜାମକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Powered by Froala Editor