ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ ଆୟୁଷ୍ମାନ ଭାରତ କାର୍ଡ

ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଆୟୁଷ୍ମାନ ଭାରତରେ ସାମିଲ୍ କରିଛନ୍ତି।
ଏହା ସହିତ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଥିଲେ ଯେ , ଯେହେତୁ ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଯୋଜନା ଲାଗୁ ହୋଇନଥିଲା, ତେଣୁ ତାର ମୋଡାଲିଟି ବି ପ୍ରସ୍ତୁତ ହୋଇନାହିଁ । ଆମେ ଖୁବ୍ ଶୀଘ୍ର ମୋଡାଲିଟି ପ୍ରସ୍ତୁତ କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରିବୁ। ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଯୋଜନା ପାର୍ଟ ୧ ଓ ୨ ଓଡିଶାରେ ଲାଗୁ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଉଭୟ ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ଗୋଟିଏ କାର୍ଡ ହେବ। ରାଜ୍ୟରେ ଏକ କୋଟି ପରିବାର ପାଇଁ ଏହି ନୂଆ କାର୍ଡର ବ୍ୟବସ୍ଥା କରାଯିବ। ନୂଆ କାର୍ଡ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଯୋଗାଇ ଦିଆଯିବ। ପୁରୁଣା କାର୍ଡରେ ପୂର୍ବରୁ ୯୫୦ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଥିଲା ।ଏବେ ନୂଆ କାର୍ଡ ଲଞ୍ଚ ହେବା ପରେ ୨୭ ହଜାର ହସ୍ପିଟାଲରେ ଲୋକଙ୍କୁ ଚିକିତ୍ସା ସୁବିଧା ମିଳିବ ।
Powered by Froala Editor