ରାଜଧାନୀରେ ଆୟୋଜିତ ହୋଇଛି ରନ୍ ଫର୍ ୟୁନିଟି ମାରାଥନ୍

ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ରାଜଧାନୀରେ ଆୟୋଜିତ ହୋଇଛି ରନ୍ ଫର୍ ୟୁନିଟି ମାରାଥନ୍। ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରୁ ଏକ ମାରାଥନ୍ ବାହାରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି।
ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ନିଜ ଜୀବନକୁ ସମର୍ପି ଦେଇଥିବା ଲୌହମାନବ ଭାବେ ପରିଚିତ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତି ଏବଂ ସମ୍ମାନରେ ଏକତା ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।
ମୁଖ୍ୟମନ୍ତ୍ରୀ ଏକତାର ଶପଥ କରାଇବା ପରେ ନିଜେ ମଧ୍ୟ ଦୌଡିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ‘ଏକତା ଦୌଡ’ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରନ୍ ଫର ୟୁନିଟି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, ସ୍ବାସ୍ଥମନ୍ତ୍ରୀ ମୁକେଶ ମହାଲିଙ୍ଗ, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ସାମିଲ ହୋଇ ଦୌଡରେ ସାମିଲ ହୋଇଛି ।
Powered by Froala Editor