ଆଜି ଅପରାହ୍ନ ୫ ରୁ ରାତି ୧୦ ପର୍ୟ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ : କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ବୁଧବାର ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ପ୍ରାୟ ୫ଟା ଠାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଏହି ସମୟରେ ଭକ୍ତମାନେ ଶ୍ରୀମନ୍ଦିର ଭିତରକୁ ଯାଇ ପାରିବେ। ପାର୍ଶ୍ବ ଦେବଦେବୀଙ୍କୁ ଦର୍ଶନ କରିବା ସହ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ପାରିବେ। ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ଦ୍ବିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବାପରେ ଭିତରୁ ଜୟ ବିଜୟଦ୍ବାର ବନ୍ଦ କରାଯିବ। ଦତ୍ତମହାପାତ୍ର ସେବକମାନେ ବିଭିନ୍ନ ପ୍ରାକୃତିକ ରଙ୍ଗସହ ଭିତରେ ପ୍ରବେଶ କରିବେ। ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର (ବନକଲାଗି) କରିବେ। ଏହା ଗୁପ୍ତନୀତି ହୋଇଥିବାରୁ ଦର୍ଶନ ବନ୍ଦ ରହିବ ବୋଲି ପ୍ରଶାସନ କହିଛି।
Powered by Froala Editor