Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

Home ›› ››ବିକଶିତ ଓଡିଶାର ରୂପରେଖ ଓଡିଶାର ଲୋକମାନେ ହିଁ ପ୍ରସ୍ତୁତ କରିବେ- ମୁଖ୍ୟମନ୍ତ୍ରୀ

ବିକଶିତ ଓଡିଶାର ରୂପରେଖ ଓଡିଶାର ଲୋକମାନେ ହିଁ ପ୍ରସ୍ତୁତ କରିବେ- ମୁଖ୍ୟମନ୍ତ୍ରୀ

2024-10-30 18:04:38
14057
Share:
Facebook
Twitter
E-Mail
WhatsApp
Telegram
ବିକଶିତ ଓଡିଶାର ରୂପରେଖ ଓଡିଶାର ଲୋକମାନେ ହିଁ ପ୍ରସ୍ତୁତ କରିବେ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୦୩୬ରେ ଗଠିତ ହେବ ସମୃଦ୍ଧ ଓଡିଶା। ୨୦୪୭ର ବିକଶିତ ଭାରତ ପାଇଁ ଓଡିଶାର ରହିବ ମହତ୍ତ୍ୱପୂର୍ଣ୍ଣ ଅବଦାନ। ଏହି ଲକ୍ଷ୍ୟ ହାସଲ ପାଇଁ ଏକ ଭିଜନ ଡକୁମେଣ୍ଟ ପ୍ରସ୍ତୁତ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏହି ଭିଜନ୍‌ ଡକୁମେଣ୍ଟ ପାଇଁ ଏକ ୱେବ ପୋର୍ଟାଲ ଉନ୍ମୋଚନ କରି ଜନସାଧାରଣଙ୍କୁ ଏଥିପାଇଁ ସୁଚିନ୍ତିତ ମତାମତ ଦେବା ପାଇଁ ଆହ୍ୱାନ ଦେଇଛନ୍ତି।


ଏହି ଓ୍ୱେବ୍ ପୋର୍ଟାଲ ହେଉଛି- https://vision.odisha.gov.in/ । ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ଓ  ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ମିଳିତ ପ୍ରଚେଷ୍ଟାରେ ଏହି  ଓ୍ୱେବ୍ ପୋର୍ଟାଲ ପ୍ରସ୍ତୁତ କରାଯାଇଛି।


ଜନସାଧାରଣ ଏହି ୱେବ ପୋର୍ଟାଲ ସହିତ  ହ୍ୱାଟସ୍ ଆପ୍ ଚାଟ୍ ବଟ୍ -+91 6370951920 ଏବଂ ଇ-ମେଲ vision@odisha.gov.in  ଜରିଆରେ  ରାଜ୍ୟ ସରକାରଙ୍କୁ ଆଜି ଠାରୁ  ତିନି ସପ୍ତାହ ମଧ୍ୟରେ ପ୍ରସ୍ତାବ ପଠାଇପାରିବେ ।  


ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିକଶିତ ଓଡିଶା ଗଠନ ପାଇଁ ଆମେ ଯେଉଁ ଭିଜନ୍‌ ଡକୁମେଣ୍ଟ ପ୍ରସ୍ତୁତ କରିବାକୁ ଯାଉଛୁ, ତାହା ଲୋକଙ୍କ ମତାମତ ଆଧାରରେ ହିଁ ପ୍ରସ୍ତୁତ ହେବ। ବିକଶିତ ଓଡିଶାର ରୂପରେଖ ଓଡିଶାର ଲୋକମାନେ ହିଁ ପ୍ରସ୍ତୁତ କରିବେ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା କେବଳ ଏକ ସରକାରୀ ଦସ୍ତାବିଜ ହେବ ନାହିଁ, ବରଂ ଏହା ଓଡିଶାର ଜନସାଧାରଣଙ୍କ ଦ୍ୱାରା, ଜନସାଧାରଣଙ୍କ ପାଇଁ ପ୍ରସ୍ତୁତ ଏପରି ଏକ ଦସ୍ତାବିଜ ହେବ ଯାହା ଜନସାଧାରଣଙ୍କ ଆକାଂକ୍ଷାର ପ୍ରକୃତ ପ୍ରତିଫଳନ ହେବ। (It will just not be a Government Document, it will be an aspirational document of the people, by the people and for the people of Odisha).


ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ନିଜେ, ତାଙ୍କର ସହଯୋଗୀ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀଗଣ ମଧ୍ୟ ସମାଜର ସବୁ ବର୍ଗର ଜନସାଧାରଣଙ୍କ ସହ ଆଲୋଚନା ମଧ୍ୟ କରି ସମୃଦ୍ଧ ଓଡିଶା ଗଠନ ପାଇଁ ଲୋକଙ୍କ ବିଚାର ଓ  ପ୍ରସ୍ତାବ ଉପରେ ଅନୁଶୀଳନ କରି ଗ୍ରହଣ କରିବେ। ସେ କହିଥିଲେ ଯେ ଆମେ ସମସ୍ତେ ମିଳିମିଶି ଏପରି ଏକ ଓଡିଶା ଗଠନ କରିବୁ, ଯାହା ଅର୍ଥନୈତିକ ଭାବେ ସମୃଦ୍ଧ ହେବ ଏବଂ ସାମାଜିକ ନ୍ୟାୟକୁ ସୁନିଶ୍ଚିତ କରିବ।  ମାନବ ବିକାଶ ସୂଚକାଙ୍କରେ ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ଅର୍ଜନ କରିବ।



ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ସରକାରଙ୍କ ପ୍ରତ୍ୟେକ କାର୍ଯ୍ୟକ୍ରମରେ ଲୋକଙ୍କ ଇଚ୍ଛା ପ୍ରତିଫଳିତ ହେଉଛି ଏବଂ ହୋଇଚାଲିବ। ୨୦୩୬ ଓ ୨୦୪୭ ର ଓଡିଶା, ଲୋକମାନଙ୍କ ଇଚ୍ଛା ଓ ସ୍ୱପ୍ନର ଏକ ପ୍ରତିଫଳନ ହେବ ବୋଲି ସେ କହିଛନ୍ତି।


ଏହି ଭିଜନ ଡକୁମେଣ୍ଟ ପ୍ରସ୍ତୁତି ପାଇଁ ସମାଜର  ବିଶିଷ୍ଟ ନାଗରିକ, ବିଭିନ୍ନ ନାଗରିକ ସଂଗଠନ, ବୁଦ୍ଧିଜୀବୀ, ଶିକ୍ଷାବିତ୍, ନୀତି  ନିର୍ଦ୍ଧାରକ, ପ୍ରବାସୀ ଓଡ଼ିଆ,  ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠିତ  ନେତୃବୃନ୍ଦଙ୍କ  ସମେତ ସାଧାରଣ ଜନତା ମତାମତ ଦେଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥି ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ  ପରିଚାଳନା କମିଟି ଏବଂ ୬ଟି  ସଚିବସ୍ତରୀୟ କମିଟି ଗଠନ କରାଯାଇଛି।


 ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୪୭  ମସିହାରେ ଭାରତ ବର୍ଷ ସ୍ୱାଧୀନତାର ଶହେ ବର୍ଷ ପୂର୍ତ୍ତି ପାଳନ କରିବ।  ଏହା ପୂର୍ବରୁ ୨୦୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ପାଳନ କରିବ । ତେଣୁ ୨୦୩୬  ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ସଙ୍ଗେ ସଙ୍ଗେ  ୨୦୪୭  ମସିହାରେ ବିକଶିତ ଭାରତ  ଗଠନ ପାଇଁ ଓଡିଶା ଗୁରୁତ୍ୱପୂର୍ଣ୍ଣ ଯୋଗଦାନ  କରିବ । 


        

ପ୍ରଧାନମନ୍ତ୍ରୀଙ୍କ ଦୃଢ ନେତୃତ୍ୱରେ ଭାରତ ବର୍ଷ ବିକଶିତ ଭାରତ ହେବା ଲକ୍ଷ୍ୟରେ ଅଗ୍ରସର ହେଉଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ଦୃଢ ପଦକ୍ଷେପ ସ୍ୱରୂପ ଦେଶ ଆଜି ବିଶ୍ୱର ପଞ୍ଚମ ବୃହତ ଅର୍ଥନୀତି ହୋଇପାରିଛି। ଖୁବ୍‌ ଶୀଘ୍ର, ଏହା ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିର ମାନ୍ୟତା ହାସଲ କରିବ। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ, ବିଶ୍ୱଗୁରୁ ହେବାର ରାସ୍ତାରେ ଦ୍ରୁତ ଗତିରେ ଅଗ୍ରଗତି କରୁଛି ବୋଲି ସେ କହିଥିଲେ। 


ସେ କହିଥିଲେ ଯେ, ୨୦୩୬ ସୁଦ୍ଧା ଓଡିଶା ଏକ ୫୦୦ ବିଲିଅନ୍ ଡଲାର ଅର୍ଥନୀତିରେ ପରିଣତ ହେବାର ଲକ୍ଷ୍ୟ ରଖାଯାଇଛି। ଏହା ସହିତ ୨୦୪୭ ସୁଦ୍ଧା ଆମେ ୧.୫ ଟ୍ରିଲିଅନ୍ ଅର୍ଥନୀତି ହେବାର ଲକ୍ଷ୍ୟ ମଧ୍ୟ ରଖିଛୁ। 


ପ୍ରଧାନମନ୍ତ୍ରୀଙ୍କର ହୃଦୟରେ ଓଡିଶା ପ୍ରତି ଏକ ସ୍ୱତନ୍ତ୍ର ସ୍ଥାନ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପ୍ରଧାନମନ୍ତ୍ରୀ ଅନେକ ଥର କହିଛନ୍ତି ଯେ, ବିକଶିତ ଭାରତରେ ଓଡିଶା ଏକ Growth Engine ହେବ । ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟର ପରିକଳ୍ପନାରେ ଓଡିଶାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ତେଣୁ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଓଡିଶାରେ ବିକାଶର ଗତି ତ୍ୱରାନ୍ୱିତ ହେବ ଏବଂ ଓଡିଶା ସବୁ କ୍ଷେତ୍ରରେ ଅଗ୍ରଗତି କରି ଦେଶର ଏକ ପ୍ରମୁଖ ରାଜ୍ୟ ହେବ, ଏଥିରେ ସନ୍ଦେହ ନାହିଁ ବୋଲି ସେ କହିଥିଲେ। 


ମୁଖ୍ୟମନ୍ତ୍ରୀ କହିଥିଲେ ଯେ,  ଆମ ସରକାର ଖୁବ୍‌ ଅଳ୍ପ ଦିନ ମଧ୍ୟରେ ଲୋକଙ୍କ ସରକାର ଭାବେ ସୁନାମ ଅର୍ଜନ କରିଛି। ସାଧାରଣ ଲୋକଙ୍କୁ ଭେଟି, ସେମାନଙ୍କ ସୁଖ ଦୁଃଖ ଶୁଣିବା, ସମାଧାନର ଭରସା ଦେବା, ଆମ ସରକାରଙ୍କ ଆଭିମୁଖ୍ୟର ମୂଳମନ୍ତ୍ର। ଏକ ଗଣତାନ୍ତ୍ରିକ ବ୍ୟବସ୍ଥାରେ ଲୋକମାନେ ହିଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଆମର ଶାସନ ଓ ପ୍ରଶାସନରେ ଏହି ଗଣତାନ୍ତ୍ରିକ ପରମ୍ପରାକୁ ସର୍ବାଧିକ ଗୁରୁତ୍ୱ ଆରୋପ କରାଯାଉଛି। 


 

ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଚାଲୁଥିବା ଆମ ସରକାର ଲୋକଙ୍କ ସରକାର ଭାବରେ ପରିଚୟ ହାସଲ କରିଛି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ବିକଶିତ ଭାରତର ରୂପରେଖକୁ ଆମେ ପ୍ରତିଦିନ ଅନୁଭବ କରୁଛୁ। ସେ କହିଥିଲେ ଯେ, ଲୋକଙ୍କ ସରକାର ସମୃଦ୍ଧ ଓଡିଶା ଗଠନ ପାଇଁ ଲୋକଙ୍କୁ ଅଂଶୀଦାର କରି ଆଗକୁ ବଢିବ। ତେଣୁ ସମୃଦ୍ଧ ଓଡିଶା ଗଠନ ପାଇଁ ଯେଉଁ ଭିଜନ ଡକୁମେଣ୍ଟ ପ୍ରସ୍ତୁତ ହେବ ସେଥିରେ ସବୁ ବର୍ଗର ଲୋକଙ୍କ ମତାମତ ପ୍ରତିଫଳିତ ହେବ। 



    ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କହିଥିଲେ ଯେ, ନୀତି ଆୟୋଗର ସହଯୋଗରେ ଓଡିଶା ସରକାର ଭିଜନ ଡକୁମେଣ୍ଟ ପ୍ରସ୍ତୁତ କରୁଛନ୍ତି। ଏଥିପାଇଁ ସାଧାରଣ ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ। ମତାମତକୁ ଅନୁଶୀଳନ କରିବା ପାଇଁ ବିଭିନ୍ନ କମିଟି ଗଠନ କରାଯାଇଛି। ଉତ୍କୃଷ୍ଟ ମତାମତ ଆଧାରରେ ଏହି ଡକୁମେଣ୍ଟ ପ୍ରସ୍ତୁତ କରାଯିବ ବୋଲି ସେ କହିଥିଲେ।


କାର୍ଯ୍ୟକ୍ରମରେ ଆଇନ, ଅବକାରୀ ଏବଂ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ, ଡକ୍ଟର ମୁକେଶ ମହାଲିଙ୍ଗ, ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ, ମାଇକ୍ରୋ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଏବଂ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଶ୍ରୀ ସତ୍ୟବ୍ରତ ସାହୁ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ।

Powered by Froala Editor

Tags Chief minister, Mohan Charan Majhi

Related articles Odisha News Lens 4.1

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15523
    Jul 04, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14996
    Jul 02, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14708
    Jul 03, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15898
    Jul 02, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14717
    Jul 04, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13559
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14468
    Jul 02, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13630
    Jul 04, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14811
    Jul 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15523
    Jul 04, 2026
  • ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14996
    Jul 02, 2026
  • ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14708
    Jul 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14811
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14539
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14307
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15926
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15799
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15719
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14907
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14708
    Jul 03, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14811
    Jul 03, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13630
    Jul 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In