ପାଟନା ମେଟ୍ରୋ ରେଳ ଦୁର୍ଘଟଣା: ଦୁଇ ମୃତ ଓଡିଆ ଶ୍ରମିକଙ୍କ ପାଇଁ ସହାୟତା ରାଶି ଘୋଷାଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ବିହାରର ପାଟନାରେ ୨୮ରେ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟି ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଦୁଇ ମୃତ ଶ୍ରମିକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୬ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ନୟାଗଡ ଜିଲା ଗଣିଆ ବ୍ଲକ ରାସଙ୍ଗ ପଞ୍ଚାୟତ ଗୋଛାବାଡି ଗାଁର ମନୋଜ ବେହେରା ଏବଂ କାଦୁଆ ଗାଁର ବିଜୟ ବେହେରାଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା।
Powered by Froala Editor