କାର୍ ଦୁର୍ଘଟଣାରେ ଯୁବତୀ ମୃତ
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଗୋବର ବାହାଲୀ ଜୋରଠାରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଜଣେ ଯୁବତୀଙ୍କର ମୃତ୍ୟୁ ଘଟିଥିବାବେଳେ ଚାଳକ ଗୁରୁତର ହୋଇଥିବା ସୂଚନା ମିଳିଛି। ମୃତକ ଜଗନ୍ନାଥ ମନ୍ଦିର ପଡ଼ାର ମାମୁନି ମାଝୀ ବୋଲି ଜଣାପଡିଛି। ସୂଚନା ଅନୁସାରେ ମାମୁନି ବୁଧବାର ରାତିରେ ଏକ କାରରେ ଭବାନୀପାଟଣା ଯାଉଥିବାବେଳେ ଭାରସାମ୍ୟ ହରାଇ କାରଟି ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ମାମୁନିଙ୍କର ମୃତ୍ୟୁ ଘଟିଥିଲା। ଗୁରୁତର ଚାଳକଙ୍କୁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Powered by Froala Editor