ଟ୍ରେଲରକୁ ପଛରୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍, ୬ ମୃତ
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଗଏକାନପାଲି ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରେଲରକୁ ପିକଅପ୍ ଭ୍ୟାନ୍ଟି ପଛରୁ ଧକ୍କା ଦେବାରୁ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ କିଛି ଲୋକ ସଂକୀର୍ତ୍ତନ ସାରି ପିକଅପ୍ ଭ୍ୟାନ୍ରେ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରେଲରକୁ ପିକଅପ୍ ଭ୍ୟାନ୍ଟି ପଛରୁ ଧକ୍କା ଦେଇଥିଲା।ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଆହତ ହୋଇଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।
Powered by Froala Editor