Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

ରାଜ୍ୟ
Home ›› ରାଜ୍ୟ ››ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

2024-11-02 15:41:29
15075
Share:
Facebook
Twitter
E-Mail
WhatsApp
Telegram
ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଯାଇ ବେଲପଡା ଓ ପାଟଣାଗଡ ଠାରେ ବଲାଙ୍ଗିର ଜିଲ୍ଲା ପାଇଁ ୮୯୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଉଦ୍‌ଘାଟନ କରିଛନ୍ତି। ଜଳ ସେଚନ, ସ୍ବାସ୍ଥ୍ୟ ଭିତ୍ତିଭୂମି, ପାଇପ ଜଳ ଯୋଗାଣ ପ୍ରକଳ୍ପ, ସେତୁ ନିର୍ମାଣ ପ୍ରକଳ୍ପ, ସଡକ ନିର୍ମାଣ ପ୍ରକଳ୍ପ ଭଳି ସମୁଦାୟ ୮୩ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ବେଲପଡା ଓ ପାଟଣାଗଡରେ ଏଥି ପାଇଁ ଆୟୋଜିତ ଦୁଇଟି ଜନସଭାରେ ଉଦ୍‌ବୋଧନ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପ୍ରଥମେ ତୁଷୁରା ଏୟାରଷ୍ଟ୍ରିପ ଠାରେ ୬୫ କୋଟି ଟଙ୍କା ବ୍ୟୟରେ ୧୩୩୦ ମିଟର ଏୟାରଷ୍ଟ୍ରିପ ରନୱେର ଉନ୍ନତି କରଣ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଉନ୍ନତି କରଣ ପରେ ଏହି ଏୟାରଷ୍ଟ୍ରିପ 2-B ବର୍ଗରେ ଅନ୍ତର୍ଭୁକ୍ତ ହେବ ଏବଂ ଏହା ଦ୍ବାରା ବଲାଙ୍ଗିର ଓ ଭୁବନେଶ୍ବର ମଧ୍ୟରେ ସିଧାସଳଖ ବିମାନ ଯାତ୍ରା ସମ୍ଭବ ହୋଇ ପାରିବ ଏବଂ ଏହା ଜିଲ୍ଲାର ବିକାଶକୁ ଆହୁରି ଗତିଶୀଳ କରିବ।

ଏହା ପରେ ମୁଖ୍ୟମନ୍ତ୍ରୀ ୩୦୦ କୋଟିରୁ ଅଧିକ ଟଙ୍କା  ପ୍ରକଳ୍ପ ମୂଲ୍ୟରେ ବେଲପଡା ବ୍ଲକର ଅପର ଲାନ୍ଥ ଜଳସେଚନ ପ୍ରକଳ୍ପର ଉନ୍ନତିକରଣ ପାଇଁ ଭିତ୍ତିପ୍ରସ୍ତର ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ସରକାର ଓଡିଶାର ଯେଉଁ ବ୍ଲକରେ ଜଳସେଚନ ହାର କମ୍ ଅଛି ସେ ସବୁ ବ୍ଲକରେ ଅଧିକରୁ ଅଧିକ ଜଳସେଚନ ସୁବିଧା ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରୁଛନ୍ତି। ଅପର ଲାନ୍ଥ ପ୍ରକଳ୍ପ ଏହି ପଦକ୍ଷେପର ଅଂଶ ବିଶେଷ। ଆଜିଠାରୁ ଆରମ୍ଭ ହେଲା ବଲାଙ୍ଗିର ବିକାଶର ଧାରା। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲା ପରେ ଉଭୟ ଖରିଫ ଏବଂ ରବି ୠତୁରେ ୧୫ ହଜାର ଏକରରୁ ଅଧିକ ଜମି ଜଳସେଚିତ ହେବ ଏବଂ ଏହା ଦ୍ବାରା ବେଲପଡା ବ୍ଲକର ୨୫ ଟି ଗାଁର ୩୮ ହଜାରରୁ ଅଧିକ ଚାଷୀ ଉପକୃତ ହେବେ। କ୍ୟାବିନେଟ୍ ନିଷ୍ପତ୍ତି ଅନୁଯାୟୀ ଏଣିକି ଚାଷୀମାନେ ଧାନର ସର୍ବନିମ୍ନ ମୂଲ୍ୟ ୩୧୦୦ଟଙ୍କା ପାଇବେ। ଧାନ ବିକ୍ରିରେ କଟନୀ ଛଟନି ରହିବ ନାହିଁ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବେଲପଡା ବ୍ଲକ ତଥା ବଲାଙ୍ଗିର ଜିଲ୍ଲାର ପାଣି ସମସ୍ୟାର ସମାଧନ ଲାଗି ଏହି ପ୍ରକଳ୍ପ ଗୋଟିଏ ବଳିଷ୍ଠ ପଦକ୍ଷେପ ଏବଂ ଏହାକୁ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ସମାପ୍ତ କରାଯିବ। ଲୋୟର ସୁକତେଲ ପ୍ରକଳ୍ପର ଟଙ୍କା ବାଟମାରଣା ଭଳି ଭୁଲ ଆମ ସରକାରରେ ହେବ ନାହିଁ। ଅପର ଲାନ୍ଥ ଜଳସେଚନ ପ୍ରକଳ୍ପ ବେଲପଡା ତଥା ବଲାଙ୍ଗିର ଜିଲ୍ଲାରେ ସେଚ ବିପ୍ଳବ ଆଣିବ। ଲାନ୍ଥ ନଦୀ ଉପରେ ୨୪୯୫ ମିଟର ଲମ୍ବା ଡ୍ୟାମରେ ଜଳ ବିଦ୍ୟୁତ ଶକ୍ତି ୟୁନିଟ୍ ଦ୍ବାରା ୨୧୦ କିଲୋ ୱାଟ୍ ବିଜୁଳୀ ଉତ୍ପାଦନ ପାଇଁ ବ୍ୟବସ୍ଥା ମଧ୍ୟ ହେବ। ଏହି ପ୍ରକଳ୍ପ ପାଇଁ ଅର୍ଥର କୌଣସି ଅଭାବ ରହିବ ନାହିଁ।

ମୁଖ୍ୟମନ୍ତ୍ରୀ ଜିଲ୍ଲା ବାସୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ବଲାଙ୍ଗିର ଜିଲ୍ଲା ହେଉଛି ପଶ୍ଚିମ ଓଡିଶାର ପ୍ରାଣକେନ୍ଦ୍ର। ଗତ ୭୫ ବର୍ଷରେ ହୋଇଥିବା ଅନ୍ୟାୟ ଓ ବିକାଶର ଅସମାନତାକୁ ଦୂର କରିବା ପାଇଁ ଆମ ସରକାର ବଦ୍ଧପରିକର।

 ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ସ୍ବାସ୍ଥ୍ୟ ସେବା ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ପାଟଣାଗଡ ଉପଖଣ୍ଡ ମେଡିକାଲ ଓ ଡାଏଲିସିସ୍ କେନ୍ଦ୍ର ଏବଂ ଟିଟଲାଗଡରେ ଏକ ଡାଏଲିସିସ କେନ୍ଦ୍ରର ଉଦ୍‌ଘାଟନ କରିଥିଲେ। ଏଥି ସହିତ ପାଟଣାଗଡର ବହୁ ପ୍ରତିକ୍ଷିତ ବାଇପାସ୍ ରାସ୍ତା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୧୧୮ କୋଟି ଟଙ୍କା ପ୍ରକଳ୍ପ ମୂଲ୍ୟରେ ନିର୍ମାଣ ହେବାକୁ ଥିବା ଏହି ବାଇପାସ୍ ରୋଡରେ ୪ଲେନ୍ ବଶିଷ୍ଟ ରାସ୍ତା, ସୁବର୍ଣ୍ଣରେଖା ଓ ମାୟାବତୀ ନାଳ ଉପରେ ଦୁଇଟା ସେତୁ, ୨୮ଟି ନ୍ୟୁ ବକ୍ସ ସେଲ୍ କଲଭର୍ଟ ନିର୍ମାଣ ହେବ। ଏହି  ବାଇପାସ ରୋଡ ଦ୍ବାରା  ପାଟଣାଗଡର ଟ୍ରାଫିକ୍ ସମସ୍ୟା ଦୂର ହେବ। 

ଖୋର୍ଦ୍ଧା–ବଲାଙ୍ଗିର ରେଳ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଦାୟିତ୍ବ ନେବା ପରେ ଏହି ରେଳ ପ୍ରକଳ୍ପ କାର୍ଯ୍ୟ ଦୃତ ବେଗରେ ଆଗେଇ ଚାଲିଛି। ଉଭୟ ପଟୁ ୧୫୨ କିଲୋମିଟରରୁ ଅଧିକ କାମ ସରିଯାଇଛି। ଖୁବ୍ ଶୀଘ୍ର ସୋନପୁରରୁ ପୁରୁଣା କଟକ ପର୍ଯ୍ୟନ୍ତ ୭୩ କିଲୋମିଟର ରେଳ ଲାଇନ୍ କାମ ସମ୍ପୂର୍ଣ୍ଣ ହେବ ଏବଂ ବହୁ ପ୍ରତିକ୍ଷିତ ଖୋର୍ଦ୍ଧା – ବଲାଙ୍ଗିର ମଧ୍ୟରେ ରେଳ ଚାଲିବ। ଓଡିଶା ପ୍ରତି ଏହା ମୋଦୀଜୀଙ୍କ ଭଲପାଇବାର ନିଦର୍ଶନ। 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଥିବାରୁ ବଲାଙ୍ଗିର ଜିଲ୍ଲାରେ ବିକାଶର ଗତି ଏକ୍ସେପ୍ରେସ୍ ସ୍ପିଡ୍‌ରେ ଚାଲିଛି। ରାଜ୍ୟରେ ଡବଲ ଇଞ୍ଜିନ ଓ ବଲାଙ୍ଗିରରେ ଟ୍ରିପଲ ଇଞ୍ଜିନ ସରକାର ଚାଲିଛି। କାରଣ ଏହି ଜିଲ୍ଲାର ଦୁଇଜଣ ଜନପ୍ରତିନିଧି ଓଡିଶା ସରକାରରେ ପ୍ରତିନିଧିତ୍ବ କରୁଛନ୍ତି। ଏଥି ସହିତ ଅନେକ ସାଂସଦ ଓ ବିଧାୟକ ମଧ୍ୟ ଜିଲ୍ଲାରୁ ସରକାରୀ ଦଳକୁ ପ୍ରତିନିଧିତ୍ବ କରୁଛନ୍ତି। ଡବଲ ଇଞ୍ଜିନ ସରକାର ଓଡିଶାରେ ବିକାଶର ନୂଆ ଇତିହାସ ଲେଖିବା ପାଇଁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ବିକଶିତ ଓଡିଶା ଓ ବିକଶିତ ଭାରତ ଗଠନ ପାଇଁ ପ୍ରସ୍ତୁତ ହେବାକୁ ଥିବା ଭିଜନ ଡକୁମେଣ୍ଟ ପାଇଁ ନିଜର ସୁଚିନ୍ତିତ ମତାମତ ଦେବା ପାଇଁ ଅନୁରୋଧ କରି କହିଥିଲେ ଆପଣ ମାନଙ୍କ ମତ ଓ ଆପଣ ମାନଙ୍କ ଭାଗିଦାରୀରେ ଆମେ ଗଢିବୁ ଆମ ସ୍ବପ୍ନର ଓଡିଶା- ସମୃଦ୍ଧ ଓଡିଶା, ବିକଶିତ ଓଡିଶା। 


ବଲାଙ୍ଗିରରେ ୮ କୋଟି ୭୮ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ନୂତନ ସର୍କିଟ ହାଉସକୁ ମଧ୍ୟ ଆଜି ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି।


କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଥିଲେ ଯେ ଏହି ଅପର ଲାନ୍ଥ ପ୍ରକଳ୍ପରେ ଉଭୟ ମୁଖ୍ୟମନ୍ତ୍ରୀ ଏବଂ ମୋ ବିଭାଗର ସମ୍ପୃକ୍ତି ରହିଛି ତେଣୁ ଏହି ପ୍ରକଳ୍ପ କାମ ଖୁବ୍ ଶୀଘ୍ର ସମ୍ପନ୍ନ ହେବ। ଆମ ସରକାର କ୍ଷମତାକୁ ଆସିବା ପରେ ଏହି ସବୁ ପ୍ରକଳ୍ପର ଶୁଭାରମ୍ଭ ହୋଇଛି ଏବଂ ଏଗୁଡିକର ଉଦ୍‌ଘାଟନ ମଧ୍ୟ ଆମ ସରକାର କରିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଇଲୋକ୍ଟ୍ରୋନିକସ ଓ ଆଇଟି ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହ ଦେଓ, ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି, କଣ୍ଟାବାଞ୍ଜି ବିଧାୟକ ଶ୍ରୀ ଲକ୍ଷ୍ମଣ ବାଗ ଏବଂ ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ଗୌରବ ଶିବାଜୀ ଇସଲବାର ପ୍ରମୁଖ ଉପସ୍ଥିତ ରହି ଅଭିଭାଷଣ ରଖିଥିଲେ ।

Powered by Froala Editor

Tags Chief minister, Mohan Charan Majhi

Related articles Odisha News Lens 4.1

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13603
    Sep 04, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮  ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14284
    Sep 05, 2026
  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15421
    Sep 05, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15554
    Sep 05, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି
    ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13525
    Sep 05, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14178
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13998
    Sep 04, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    15021
    Sep 04, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15905
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14178
    Sep 03, 2026
  • ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13998
    Sep 04, 2026
  • ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14284
    Sep 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17724
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18142
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13718
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14526
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14830
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14782
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14119
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13937
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14467
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15355
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14801
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14403
    Sep 05, 2026
  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15421
    Sep 05, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15554
    Sep 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In