Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

ରାଜ୍ୟ
Home ›› ରାଜ୍ୟ ››ସମନ୍ବିତ ଯୋଜନାରେ ଧଉଳି ସମେତ ସବୁ ଐତିହ୍ୟ ସ୍ଥଳର ବିକାଶ କରାଯିବ-ମୁଖ୍ୟମନ୍ତ୍ରୀ

ସମନ୍ବିତ ଯୋଜନାରେ ଧଉଳି ସମେତ ସବୁ ଐତିହ୍ୟ ସ୍ଥଳର ବିକାଶ କରାଯିବ-ମୁଖ୍ୟମନ୍ତ୍ରୀ

2024-11-03 14:13:36
15431
Share:
Facebook
Twitter
E-Mail
WhatsApp
Telegram
ସମନ୍ବିତ ଯୋଜନାରେ ଧଉଳି ସମେତ ସବୁ ଐତିହ୍ୟ ସ୍ଥଳର ବିକାଶ କରାଯିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଏକ ସାଧାରଣ ପାହାଡ ନୁହେଁ, ଧଉଳି ପାହାଡ ଓଡିଶା ଇତିହାସର ଏକ ଗୌରବମୟ ଅତୀତକୁ ଛାତିରେ ଧରି ରଖିଛି। କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ଏହି ଧଉଳି। ଓଡିଆ ବୀର ସନ୍ତାନଙ୍କ ଲୁହ ଆଉ ରକ୍ତରେ ଏକାକାର ହୋଇଥିବା ତ୍ୟାଗର ତୀର୍ଥସ୍ଥଳୀ ଏହି ଧଉଳି ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଧଉଳି ଶାନ୍ତି ସ୍ତୁପର ୫୨ତମ ପ୍ରତିଷ୍ଠା ଦିବସ ଅବସରରେ କହିଛନ୍ତି। 


ଏହି ଅବସରରେ ଧଉଳି ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖ୍ରୀଷ୍ଟପୂର୍ବ ୨୬୧ରେ ଲୋମହର୍ଷଣକାରୀ କଳିଙ୍ଗ ଯୁଦ୍ଧ ପରେ ଏହିଠାରୁ ଶାନ୍ତିକୁ ଜୀବନର ବ୍ରତ କରି ବୌଦ୍ଧ ଧର୍ମକୁ ଗ୍ରହଣ କରିଥିଲେ ସମ୍ରାଟ ଅଶୋକ। ଆଜିକୁ ୫୨ ବର୍ଷ ତଳେ ଜାପାନ ସରକାରଙ୍କ ଉଦ୍ୟମରେ ପ୍ରତିଷ୍ଠା ହୋଇଥିଲା ଏହି ଶାନ୍ତିର ସ୍ତୁପ। ସେବେଠାରୁ ଆଜି ପର୍ଯ୍ୟନ୍ତ ଶାନ୍ତି ଆଉ ମୈତ୍ରୀର ପ୍ରତୀକ ସାଜିଛି ଏହି ଧଉଳି। 


ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ବୌଦ୍ଧ ଧର୍ମ ସମ୍ପର୍କରେ ଯେବେ ଆଲୋଚନା କରାଯାଏ ସେତେବେଳେ ଓଡିଶାର ନା ସବୁଠାରୁ ଆଗରେ ଆସିଥାଏ। ଓଡିଶାରେ ବୌଦ୍ଧ ଧର୍ମର ଯେତେ ପ୍ରଚାର ପ୍ରସାର ହୋଇଥିଲା ଏବଂ ଯେତେ ବୌଦ୍ଧ ବିହାର ଓଡିଶାରେ ଦେଖିବାକୁ ମିଳେ ତାହା ଭାରତବର୍ଷର ଅନ୍ୟ କୌଣସି ପ୍ରଦେଶରେ ଦେଖିବାକୁ ମିଳେ ନାହିଁ। ଖ୍ରୀଷ୍ଟପୂର୍ବ ୬ଷ୍ଠ ଶତାବ୍ଦୀଠାରୁ ଓଡିଶାରେ ବୌଦ୍ଧ ଧର୍ମର ପ୍ରସାର ଘଟିଥିଲା। ଧଉଳି ପାଦ ଦେଶରେ ଦୟାନଦୀ କୂଳରେ ଭାରତ ଇତିହାସରେ ଏକ ନିର୍ଣ୍ଣାୟକ ମୋଡ ଆସିଥିଲା। ମଗଧର ସମ୍ରାଟ ଅଶୋକଙ୍କୁ କଳିଙ୍ଗ ଯୁଦ୍ଧର ବିଭୀଷିକା ଧର୍ମାଶୋକରେ ପରିଣତ କରିଥିଲା। ସମ୍ରାଟ ଅଶୋକ ଦେଶ ବିଦେଶରେ ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ପାଇଁ ନିଜ ପୁତ୍ର ମହେନ୍ଦ୍ର ଏବଂ କନ୍ୟା ସଙ୍ଘମିତ୍ରାଙ୍କୁ ସିଂହଳ ଦେଶକୁ ଏହି ଓଡିଶାରୁ ପଠାଇଥିବା ବିଶ୍ବାସ କରାଯାଏ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 


ଅତୀତର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେତେବେଳେ ନୌବାଣିଜ୍ୟ ପରମ୍ପରାରେ ଓଡିଶା ସାଧବ ପୁଅ ମାନେ ସିଦ୍ଧହସ୍ତ ଥିଲେ। ବୋଇତରେ ସେମାନେ ସାତ ସମୁଦ୍ର ପାର ହୋଇ ବାଣିଜ୍ୟ କାରବାର କରିବାକୁ ଯାଉଥିଲେ। ଭାରତର ଅନ୍ୟ କୌଣସି ରାଜ୍ୟର ଲୋକମାନେ ସେତେବେଳେ ବୋଇତରେ ସମୁଦ୍ରଯାତ୍ରା ବିଷୟରେ ଜାଣି ନଥିଲେ। ତେଣୁ ବୌଦ୍ଧ ଧର୍ମର ପ୍ରଚାର ପାଇଁ ଯାଉଥିବା ବୌଦ୍ଧ ସନ୍ୟାସୀ ମାନେ ଓଡିଶାରୁ ବିଦେଶକୁ ଯାଉଥିଲେ। ସେଥିପାଇଁ ଓଡିଶାରେ ବୌଦ୍ଧ ଧର୍ମର ବହୁଳ ପ୍ରସାର ଘଟିଥିଲା। ଯାହାର ଐତିହାସିକ ମୁକସାକ୍ଷୀ ଭାବେ  ରତ୍ନଗିରି, ଲଳିତଗିରି, ଉଦୟଗିରି ଓ ଖଣ୍ଡଗିରି ଆଦିରେ ବୌଦ୍ଧ ବିହାର, ଗୁମ୍ଫା ଓ ଭଗ୍ନାବଶେଷ ଆଜି ମଧ୍ୟ ଦେଖିବାକୁ ମିଳୁଛି। 


ସେ ପୁଣି କହିଥିଲେ ଧଉଳି ଗିରିରେ ଆଜି ଯେଉଁ ଶାନ୍ତିସ୍ତୁପ ନିର୍ମାଣ କରାଯାଇଛି ତାହା ସାରା ପୃଥିବୀକୁ ଶାନ୍ତି ଓ ଅହିଂସାର ବାର୍ତ୍ତା ପ୍ରଚାର କରୁଛି। ଲୋକମାନଙ୍କ ମଧ୍ୟରେ ଶାନ୍ତିର ବାର୍ତ୍ତା ପ୍ରସାର ପାଇଁ ସମ୍ରାଟ ଅଶୋକ ଏଠାରେ ଅନେକ ଗୁଡିଏ ସ୍ତୁପ ଏବଂ ଶିଳାସ୍ତମ୍ବ ନିର୍ମାଣ କରିଥିଲେ। ଆଜିର ଏହି ଆଧୁନିକ ଶାନ୍ତିସ୍ତୁପ ଜାପାନ ବୁଦ୍ଧ ସଂଘ ଏବଂ କଳିଙ୍ଗ ନିପନ ବୁଦ୍ଧ ସଂଘ ଦ୍ବାରା ୭୦ଦଶକରେ ନିର୍ମାଣ କରାଯାଇଥିଲା। ଦେଶ ବିଦେଶରୁ ଏଠାକୁ ଯେଉଁ ପର୍ଯ୍ୟଟକମାନେ ଆସନ୍ତି ସେମାନେ ନିଶ୍ଚୟ ଧଉଳିର ଏହି ଶାନ୍ତି ସ୍ତୁପରୁ  ଅହିଂସା, ଶାନ୍ତି ଓ ଦିବ୍ୟତ୍ବର ଅନୁଭବ ନେଇ ଫେରନ୍ତି। ଓଡିଶା ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ପ୍ରସିଦ୍ଧି ଅର୍ଜନ କରିଛି। ଧଉଳି ସ୍ତୁପ ଏହି ଶାନ୍ତିପ୍ରିୟ ମନୋଭାବର ପ୍ରତୀକ। ଧଉଳି ହୁଏତ ବୌଦ୍ଧ ଧର୍ମର ଏକ କୀର୍ତ୍ତିରାଜି ହୋଇପାରେ କିନ୍ତୁ ଏହା ଓଡିଆ ଭାଷା, ସଂସ୍କୃତି ଓ ପରମ୍ପରା ସହିତ ଏପରି ଭାବେ ସମ୍ମିଳିତ ହୋଇଯାଇଛି ଯେ ରାଜ୍ୟବାସୀ ଏହାକୁ ନିଜ ସଂସ୍କୃତିର ଏକ ଅଙ୍ଗଭାବେ ମାନି ନେଇଛନ୍ତି। ଧଉଳି ଶାନ୍ତି ସ୍ତୁପର ଆହୁରି ବିକାଶ କରାଯିବ ଏବଂ ଆଖପାଖ ଅଞ୍ଚଳର ବ୍ୟାପକ ଉନ୍ନତିକରଣ କରାଯିବ। ଧଉଳି ସମେତ ଆମର ସବୁ ଐତିହ୍ୟ ସ୍ଥଳୀ ଗୁଡିକର ବିକାଶ ପାଇଁ ସମନ୍ବିତ ଯୋଜନା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


ଆମ ସନାତନ ଧର୍ମ ଭଳି ବୌଦ୍ଧ ଧର୍ମର ଆଧାର ହେଉଛି ଅହିଂସା ପରୋମ ଧର୍ମ। ଯେତେବଡ ସମସ୍ୟା ଆସିଲେ ମଧ୍ୟ ତା’ର ସମାଧାନ ହିଂସା ନୁହେଁ ବରଂ ତାର ସମାଧାନ ଆପୋଷ କଥାବାର୍ତ୍ତା ମାଧ୍ୟମରେ ମଧ୍ୟ ହୋଇପାରିବ। ଏହାକୁ ଆଧାର କରି ଆମ ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ୠଷିଆ-ୟୁକ୍ରେନ ତଥା ଇସ୍ରାଏଲ- ଆରବ ଯୁଦ୍ଧର ଶାନ୍ତି ପୂର୍ଣ୍ଣ ସମାଧାନ ପାଇଁ ନିରନ୍ତର ଚେଷ୍ଟା କରୁଛନ୍ତି। କଥାବାର୍ତ୍ତା ମାଧ୍ୟମରେ ଭାରତ ଓ ଚୀନ ମଧ୍ୟରେ ଥିବା ସୀମା ବିବାଦର ମଧ୍ୟ ସମାଧାନ ହୋଇପାରିଛି। ଆଜି ମୋଦୀଜୀଙ୍କ ନେତୃତ୍ବରେ ଭାରତ ବିଶ୍ବ ବନ୍ଧୁଭାବେ ନିଜର ଏକ ଅଲଗା ପରିଚୟ ସୃଷ୍ଟି କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 


ଏହି ଅବସରରେ ବିଶିଷ୍ଟ ବୌଦ୍ଧ ସନ୍ୟାସୀ ଶ୍ରୀ ଟି ଓକଙ୍ଗୀ ମୁଖ୍ୟମନ୍ତ୍ରୀଙ୍କୁ ଧଉଳି ଶାନ୍ତି ସ୍ତୁପର ଏକ ସ୍ମାରକୀ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। 


କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ରାଜ୍ୟ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗଦେଇ କହିଥିଲେ ଯେ ଧଉଳି ଏକ ଐତିହ୍ୟ ସମ୍ପନ୍ନ ମାଟି । ଭଗବାନ ବୁଦ୍ଧଙ୍କ ବାଣୀକୁ ପ୍ରଚାର କରିବା ସହିତ ଓଡିଆ ଜାତିର ବୀରତ୍ବର ପ୍ରତୀକ ହେଉଛି ଏହି ଧଉଳି ମାଟି। ସମ୍ରାଟ ଅଶୋକଙ୍କ ଦ୍ବାରା ବୁଦ୍ଧଙ୍କର ଅହିଂସା ଓ ସତ୍ୟର ବାର୍ତ୍ତା ଏହି ଧଉଳି ମାଟିରୁ ପରିବ୍ୟାପ୍ତ ହୋଇଛି। ବୌଦ୍ଧଧର୍ମର ପ୍ରଚାର ପ୍ରସାରରେ ଓଡିଶାର ଯୋଗଦାନ ବିଷୟରେ ଇତିହାସରେ ଲିପିବଦ୍ଧ ହୋଇରହିଛି ବୋଲି ସେ କହିଥିଲେ।


ଏକାମ୍ର ଭୁବନେଶ୍ବର ବିଧାୟକ ଶ୍ରୀ ବାବୁ ସିଂହ କହିଥିଲେ ଯେ କେବଳ ଓଡିଶାକୁ ନୁହେଁ ଭାରତବର୍ଷ ତଥା ସାରା ପୃଥିବୀକୁ ଶାନ୍ତିର ବାର୍ତ୍ତା ଦେଉଛି ଏହି ଧଉଳି। ଏ ମାଟି କେବଳ ଯୁଦ୍ଧ ଶିଖାଇ ନାହିଁ ଶାନ୍ତିର ବାର୍ତ୍ତା ମଧ୍ୟ ଦେଇଛି। 


କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ, ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର, ବରିଷ୍ଠ ବିଜେପି ନେତା ଶ୍ରୀ ସମୀର ମହାନ୍ତି ଓ ଶ୍ରୀ ଜଗନ୍ନାଥ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


କାର୍ଯ୍ୟକ୍ରମରେ କଳିଙ୍ଗ ନିପନ ବୁଦ୍ଧ ସଂଘର କୋର୍ଡିନେଟର ଶ୍ରୀ ରବି ମହାରଣା ସମସ୍ତଙ୍କୁ ସ୍ବାଗତ କରିଥିଲେ ଏବଂ ଉପସଭାପତି ଶ୍ରୀ ହରି ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

Powered by Froala Editor

Tags Chief minister, Mohan Charan Majhi

Related articles Odisha News Lens 4.1

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15794
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15119
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13741
    Oct 14, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14490
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15317
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13670
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15083
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14164
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15359
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14490
    Oct 15, 2026
  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15083
    Oct 15, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14164
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17876
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17827
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18246
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14604
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14710
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15713
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14388
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16122
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13877
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15100
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15806
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15041
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15083
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    14061
    Oct 14, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15317
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In