ମା’ ଭଉଣୀକୁ ହତ୍ୟା, ଗିରଫ ହେଲେ ପୁଅ ଓ ନାତି

ସମ୍ବଲପୁର :ସମ୍ବଲପୁର ସଦର ଥାନା ଅନ୍ତର୍ଗତ ମାନେଶ୍ଵର ହାଟପଦାରେ ବୃଦ୍ଧା ସ୍ନେହଲତା ଦୀକ୍ଷିତ ଓ ତାଙ୍କ ଝିଅ ସୈରେନ୍ଦ୍ରି ଜୀବନ୍ତ ଦଗ୍ଧ ଘଟଣାରେ ମୁଖ୍ୟ ଅଭିଯୁକ୍ତ ବୃଦ୍ଧାଙ୍କ ପୁଅ ଜଗନ୍ନାଥ ଦିକ୍ଷିତ ଓ ତାଙ୍କ ପୁଅକୁ ଗିରଫ କରିଛି। ଆଜି ଅଭିଯୁକ୍ତମାନଙ୍କର କ୍ରାଇନ୍ ସିନ୍ ରିକ୍ରିଏସନ୍ କରିବ ପୁଲିସ।
ସେହ୍ନଲତା ଦୀକ୍ଷିତ ଓ ତାଙ୍କ ଝିଅ ଘରେ ଥିବାବେଳେ ଜଗନ୍ନାଥ ଓ ତାଙ୍କ ପୁଅ ଉଭୟଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରିଥିଲେ। ପରେ ଏହି ହତ୍ୟାକୁ ଦୁର୍ଘଟଣା ରୂପ ଦେବାକୁ ଘରେ ଗ୍ୟାସ ସିଲିଣ୍ଡର ଖୋଲି ନିଆଁ ଲଗାଇଦେଇଥିଲେ ବୋଲି ପୁଲିସ ସୂତ୍ରରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତକାଲି ବୃଦ୍ଧା ସ୍ନେହଲତା ଓ ଝିଅ ସୈରେନ୍ଦ୍ରି ଦୀକ୍ଷିତ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ମା’ଝିଅ ଜୀବନ୍ତ ଦଗ୍ଧ ହୋଇ ଯାଇଥିଲେ। ପୁଲିସ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ସମ୍ପତ୍ତି ପାଇଁ ମା’ ଓ ଭଉଣୀକୁ ଭାଇ ଜଗନ୍ନାଥ ହତ୍ୟା କରିଥିବା ସ୍ନେହଲତାଙ୍କ ସାନ ଝିଅ ଅଭିଯୋଗ ଆଣିଥିଲେ। ପୁଲିସ ଏହି ଘଟଣାରେ ବୃଦ୍ଧାଙ୍କ ପୁଅ ସହ ପରିବାରର ୪ ଜଣଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରିଥିଲା। ପରେ ବୃଦ୍ଧାଙ୍କ ପୁଅ ଓ ନାତିକୁ ଗିରଫ କରିଥିଲା ପୁଲିସ।
Powered by Froala Editor