ଋତୁସ୍ରାବ ପାଇଁ ମହିଳା କର୍ମଚାରୀଙ୍କୁ ମିଳିବ ଅତିରିକ୍ତ ଛୁଟି, ବିଜ୍ଞପ୍ତି ପ୍ରକାଶ

ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏବେ ମହିଳା ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ମିଳିବ । ଋତୁସ୍ରାବ ପାଇଁ ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ଯାଏ ଛୁଟି ନେଇପାରିବେ। ଗୋଟିଏ ମାସର ଦିନଟିଏ ଛୁଟି ଉକ୍ତ ମାସରେ ହିଁ ନେବାକୁ ପଡ଼ିବ। ଅଣ-ଉପଲବ୍ଧ ଛୁଟି ପରବର୍ତ୍ତୀ ମାସକୁ ଯାଇପାରିବ ନାହିଁ।
ଏହା ପୂର୍ବରୁ ଗତ ମାସରେ ମହିଳା ସରକାରୀ କର୍ମଚାରୀମାନଙ୍କ ପାଇଁ ବାର୍ଷିକ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ପ୍ରଚଳିତ ୧୦ ଦିନ ସାମୟିକ ଛୁଟି(କାଜୁଆଲ ଲିଭ) ଓ ୫ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି(ସ୍ପେଶାଲ ଲିଭ୍) ସହିତ ମହିଳାମାନେ ଏହି ୧୨ ଦିନ ଅତିରିକ୍ତ ଛୁଟି ପାଇପାରିବେ।
Powered by Froala Editor