ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ
ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ହୋଇଛି। 67 ବର୍ଷ ବୟସରେ କଟକର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ହସ୍ପିଟାଲରେ ଡାକ୍ତର ସ୍ପଷ୍ଟ କରିଛନ୍ତି । ତାଙ୍କ ଦେହାନ୍ତରେ ଶୋକର ଛାୟା ଖେଳିଯାଇଛି ।
ସୂଚନା ଅନୁସାରେ, ପ୍ରଥମେ କିଡନୀ ସମସ୍ୟା ପାଇଁ ସମୀର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏହାପରେ ତାଙ୍କର ଫୁସଫୁସରେ ମଧ୍ୟ ସଂକ୍ରମଣ ହୋଇଥିଲା । ଡାକ୍ତରଙ୍କ କହିବା ଅନୁସାରେ, ସେ ରକ୍ତଚାପ ଏବଂ ମଧୁମେହରେ ମଧ୍ୟ ପୀଡିତ ରହିଥିଲେ । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବା କାରଣରୁ ତାଙ୍କୁ ଭେଣ୍ଟିଲେଟରେ ରଖାଯାଇଥିଲା ।
କଟକ ରାଜନୀତିରେ ସେ ସତ୍ବପ୍ରବୃତ୍ତ ଭାବେ ଯୋଡି ହୋଇ ରହିଥିଲେ । ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ। କଟକର ସେ ବଡ ଦାୟିତ୍ବ ନେଇଥିଲେ । ତେବେ ତାଙ୍କ ଦେହାନ୍ତ ଭାରତୀୟ ଜନତା ପାର୍ଟି ପାଇଁ ଏକ ବଡ କ୍ଷତି ବୋଲି କୁହାଯାଇପାରେ ।
Powered by Froala Editor