Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

ରାଜ୍ୟ
Home ›› ରାଜ୍ୟ ››ଟିଟିଲାଗଡରେ ରେଲ୍‌ ଓଭରବ୍ରିଜର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଟିଟିଲାଗଡରେ ରେଲ୍‌ ଓଭରବ୍ରିଜର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

2021-04-10 00:46:57
13800
Share:
Facebook
Twitter
E-Mail
WhatsApp
Telegram
ଟିଟିଲାଗଡରେ ରେଲ୍‌ ଓଭରବ୍ରିଜର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଟିଟିଲାଗଡରେ ୧୦୪୨ ମିଟର ଦୀର୍ଘ ଏକ ରେଲୱେ ଓଭରବ୍ରିଜର ଉଦ୍‌ଘାଟନ କରିଛନ୍ତି । ଏଥିପାଇଁ ୭୧.୫୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏହି ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଟିଟିଲାଗଡ ଏକ ଗୁରୁତ୍ବପୂର୍ଣ୍ଣ ରେଳ ଜଙ୍କସନ୍‌ । ଓଭରବ୍ରିଜ ନିର୍ମାଣ ହେବା ଦ୍ବାରା ଲୋକଙ୍କ ଗମନାଗମନରେ ଅନେକ ସୁବିଧା ଆସିବ। ଟିଟିଲାଗଡ ସହିତ ଭବାନୀପାଟଣା, କେସିଙ୍ଗା ଓ ନୂଆପଡା ଅଞ୍ଚଳର ଜନସାଧାରଣ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟିଟିଲାଗଡ ସହରର ବ୍ୟାପକ ଉନ୍ନତି ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏହି ROB ସହିତ ଟିଟିଲାଗଡରେ ଆଧୁନିକ ବସ୍‌ଷ୍ଟାଣ୍ଡ, ସୁଇମିଂ ପୁଲ୍‌, ମହାରାଜା ସାଗରର ପୁନରୁଦ୍ଧାର, ବର୍ଜ୍ୟ ଜଳ ବିଶୋଧନ ପ୍ଲାଣ୍ଟ ଏବଂ ଆହୁରି ଅନେକ ଉନ୍ନତିମୂଳକ କାର୍ଯ୍ୟ ଜାରି ରହିଛି । ଏହିସବୁ ଗୁଡିକ ଠିକ୍‌ ସମୟରେ ସଂପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ଭିତ୍ତିଭୂମି ବିକାଶର ଆଧାର ବୋଲି ମତପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଭିତ୍ତିଭୂମିର ବିକାଶ ଉପରେ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି । ଓଡିଶା ଆଜି ଭିତ୍ତିଭୂମି କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି । ରାଜ୍ୟରେ ସଡକ, ସେତୁ, ବନ୍ଦର ଆଦି ଭିତ୍ତିଭୂମିର ବିକାଶ ଯୋଗୁ ଯୋଗାଯୋଗ କ୍ଷେତ୍ରରେ ବହୁତ ଉନ୍ନତି ଆସିଛି । ଭିତ୍ତିଭୂମି ସମସ୍ତଙ୍କର ସଂପତ୍ତି ବୋଲି ପ୍ରକାଶ କରି, ସମସ୍ତେ ଏହାର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ । କରୋନାର ଦ୍ବିତୀୟ ଲହରୀକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଜନସାଧାରଣ ସହଯୋଗ କରିବାକୁ ନିବେଦନ କରି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ପୂର୍ତ୍ତମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ ବିକାଶ ପାଇଁ ଗମନାଗମନ ବ୍ୟବସ୍ଥାର ଆବଶ୍ୟକତା ରହିଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ରାଜ୍ୟରେ ସଡକ ବିକାଶ କାର୍ଯ୍ୟକ୍ରମରେ ଅନେକ ଉନ୍ନତି ଆସିଛି ବୋଲି ସେ କହିଥିଲେ । ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଟିଟିଲାଗଡ ଜନସାଧାରଣଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ରେଲ ଓଭରବ୍ରିଜ ସହିତ ଟିଟିଲାଗଡ ପାଇଁ ଚାଲିଥିବା ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ . ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା ସିଂହଦେଓ କହିଥିଲେ ଯେ ଏହାଦ୍ବାରା ଟିଟିଲାଗଡ ଜନସାଧାରଣଙ୍କର ଏକ ଦୀର୍ଘ ଦିନର ସ୍ବପ୍ନ ପୂରଣ ହେଲା । ପଶ୍ଚିମ ଓଡିଶାରେ ହେଉଥିବା ବିକାଶ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ସେ କହିଥିଲେ ଯେ ପଶ୍ଚିମ ଓଡିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କର soft corner ରହିଛି । ଏହାସହିତ ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିଥିବାରୁ ମଧ୍ୟ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ଆଜି ଟିଟିଲାଗଡର ସବୁ ଲୋକଙ୍କ ପାଇଁ ବହୁତ ଅନନ୍ଦର ଦିନ । ପଶ୍ଚିମ ଓଡିଶା ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡିଶାକୁ କେତେ ପ୍ରାଥମିକତା ଦେଉଛନ୍ତି, ଏଥିରୁ ଏହା ସହଜରେ ଅନୁମେୟ। କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାର ବିକାଶ କାର୍ଯ୍ୟକ୍ରମ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ କରାଯାଇଥିଲା ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ. ଶର୍ମା, ପୂର୍ତ୍ତ ବିଭାଗ ସଚିବ ଶ୍ରୀ କିଶନ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଟିଟିଲାଗଡ ସବ୍‌ କଲେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ।
Tags Naveen Patnaik, Titlagarh

Related articles Odisha News Lens 4.1

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15693
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15893
    May 29, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13457
    May 30, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15128
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14351
    May 29, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15815
    May 29, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14638
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14514
    May 31, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14166
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15893
    May 29, 2026
  • ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14166
    May 30, 2026
  • ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14351
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16896
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17516
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17566
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17951
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14514
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14626
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14351
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15342
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14922
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15184
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15668
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14006
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13457
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14514
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14626
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In