ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ +୨ ପରୀକ୍ଷା
ଯୁକ୍ତ ୨ରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ବଡ଼ ଖବର ଆସିଛି। ଯୁକ୍ତ ଦୁଇ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE)। ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ +୨ ପରୀକ୍ଷା। ଆଉ ଏହା ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମସ୍ତ ପରୀକ୍ଷା ହେବ।
ସିଏଚ୍ଏସ୍ଇ ପକ୍ଷରୁ କୁହାଯାଇଛି ଯେ, ୧୮ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କର ଏମ୍ଆଇଏଲ୍ (ଓଡ଼ିଆ) ପରୀକ୍ଷା ଅଛି। ୧୯ ତାରିଖରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ। ସେଦିନ ସେମାନଙ୍କର ଏମ୍ଆଇଏଲ୍ (ଓଡ଼ିଆ) ପରୀକ୍ଷା ଅଛି। ୨୦ ତାରିଖରୁ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ।
୨୨ ତାରିଖରେ ବିଜ୍ଞାନ ଛାତ୍ରଛାତ୍ରୀଙ୍କର ଇଂରାଜୀ ପରୀକ୍ଷା ଅଛି। ୨୮ ତାରିଖରେ ବିଜ୍ଞାନ ଛାତ୍ରଛାତ୍ରୀଙ୍କର ପଦାର୍ଥ ବିଜ୍ଞାନ ବା ଫିଜିକ୍ସ ପରୀକ୍ଷା ଥିବା ବେଳେ ମାର୍ଚ୍ଚ ୪ ତାରିଖରେ ଜିଓଲୋଜି, ମାର୍ଚ୍ଚ ୭ରେ ରସାୟନ ବିଜ୍ଞାନ ବା କେମେଷ୍ଟ୍ରୀ, ମାର୍ଚ୍ଚ ୧୦ରେ ଅଲ୍ ଅଦର ଏମ୍ଆଇଏଲ୍ସ, ୧୭ରେ ଗଣିତ, ମାର୍ଚ୍ଚ ୨୧ରେ କଂପ୍ୟୁଟର ସାଇନ୍ସ, ବାୟୋଟେକ୍ନୋଲୋଜି ଓ ଇଲେକ୍ଟ୍ରୋନିକ୍ସ ଏବଂ ୨୬ ତାରିଖରେ ବାୟୋଲୋଜି (ଉଦ୍ଭିଦ ବିଜ୍ଞାନ ଓ ପ୍ରାଣୀ ବିଜ୍ଞାନ) ପରୀକ୍ଷା ଅଛି। ୨୬ ତାରିଖରେ ସକାଳ ୧୦ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ଉଦ୍ଭିଦ ବିଜ୍ଞାନ ପରୀକ୍ଷା ଥିବା ବେଳେ ୧୧ଟା ୫୦ରୁ ୧ଟା ୨୦ ପର୍ଯ୍ୟନ୍ତ ପ୍ରାଣୀ ବିଜ୍ଞାନ ପରୀକ୍ଷା ଦେବେ ଛାତ୍ରଛାତ୍ରୀ।
ଫେବ୍ରୁଆରି ୧୮ ତାରିଖ ଠାରୁ ୨୭ ତାରିଖ ଯାଏଁ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହେବ। ଫେବ୍ରୁଆରି ୧୮ ତାରିଖ ଦିନ ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ପରୀକ୍ଷା ଆରମ୍ଭ ହେବ। ସେହିପରି ଫେବ୍ରୁଆରି ୧୯ ତାରିଖ ଠାରୁ କଳା ଓ ବାଣିଜ୍ୟର ଥିଓରି ପରୀକ୍ଷା ହେବ। ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରି ୨ରୁ ୧୨ ତାରିଖ ଯାଏଁ ଜାରି ରହିବ। ଏଥି ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ପାଠପଢ଼ାକୁ ତୀବ୍ର କରିଦିଆଯାଇଛି। ଠିକ୍ ସମୟରେ କୋର୍ସ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।
Powered by Froala Editor