ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର : ‘ସୁଭଦ୍ରା’ ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ। ୨୪ ତାରିଖରେ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୨୪ ତାରିଖ ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା ୮୦ ଲକ୍ଷ ଟପିବ। ବାଦ ପଡିଥିବା ୨ ଲକ୍ଷ ୬୭ ହଜାର ଆବେଦନର ଆଜି ସମୀକ୍ଷା ହେବ। ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗିଲ ଆକାଉଣ୍ଟ ଦେବାକୁ ଅପିଲ୍ କରୁଛି। ଗୋଟିଏ ନମ୍ବରରେ ଏକାଧିକ ଆକାଉଣ୍ଟ ଥିବାରୁ ଟିକେ ସମସ୍ୟା ହେଉଛି। ବଳକା ହିତାଧିକାରୀ ଜାନୁଆରୀ ଓ ଫେବୃଆରୀରେ ଟଙ୍କା ପାଇବେ। ଜାନୁଆରୀ, ଫେବୃଆରୀର ଆବେଦନକାରୀ ଏକାଥରେ ୨ଟି କିସ୍ତି ଟଙ୍କା ପାଇବେ । ଏଯାବତ୍ ୧ କୋଟି ୧୬ ଲକ୍ଷ ମହିଳା ସୁଭଦ୍ରା ଯୋଜନା ଆବେଦନ କରିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
Powered by Froala Editor