ଓଡିଶା ପର୍ବକୁ ଆସି ମୁଁ ଗର୍ବିତ : ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଓଡ଼ିଶା ପର୍ବ-୨୦୨୪ରେ ଅଂଶଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଶା ପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଓଡିଶା ପର୍ବକୁ ଆସି ମୁଁ ଗର୍ବିତ ବୋଲି କହିଥିଲେ।
ଓଡ଼ିଆ ସଂସ୍କୃତିର ମହାକୁମ୍ଭ ଓଡ଼ିଶା ପର୍ବ-୨୦୨୫ରେ ଆପଣମାନଙ୍କୁ ଭେଟି ମୁଁ ଆନନ୍ଦିତ। ଏଥର ସ୍ବଭାବ କବି ଗଂଗାଧର ମେହରଙ୍କ ଶତବାର୍ଷିକୀ ଉତ୍ସବ ଅବସରରେ ଶୁଭେଚ୍ଛା ଜଣାଉଛି। ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ, ଓଡ଼ିଆ ଭାଗବତର ରଚୟିତା ଜଗନ୍ନାଥ ଦାସଙ୍କୁ ପ୍ରମାଣ ଜଣାଉଛି। ଓଡ଼ିଶା ସବୁବେକଳେ ସନ୍ଥ ଓ ବିଦ୍ବାନଙ୍କ ଧରିତ୍ରୀ ରହିଛି। ମହାପ୍ରଭୁ ଜଗନ୍ନାଥଙ୍କ ସଂସ୍କୃତିରୁ ଆମକୁ ବହୁତ ଶିକ୍ଷା ମିଳିଥାଏ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି।
ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି, ଏହା ଗର୍ବର ବିଷୟ। ଓଡ଼ିଶାର ମହିଳା ଆଗକୁ ବଢ଼ିଲେ ଓଡ଼ିଶା ଆଗକୁ ବଢ଼ିବ। କିଛିଦିନ ତଳେ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛି। ଏହି ଯୋଜନା ମାଧ୍ୟମରେ ମହିଳାଙ୍କ ଆର୍ଥକ ବିକାଶ ହୋଇପାରିବ। କଟକ ବାଲିଯାତ୍ରାକୁ ମନେପକାଇ ଭାରତର ନୌବାଣିଜ୍ୟ ପରମ୍ପରା ବିଷୟରେ ପ୍ରଧାନମନ୍ତ୍ରୀ କହିଥିଲେ।
Powered by Froala Editor