ବିଧାନସଭା ଶୀତ ଅଧିବେଶନ: ୪ଟା ଯାଏ ଗୃହକୁ ମୁଲତବି

ଭୁବନେଶ୍ୱର : ଆଜି ଠାରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ମାତ୍ର ଶୂନ୍ୟକାଳରେ ବିଜେଡି ଓ କଂଗ୍ରେସ ସଦସ୍ୟଙ୍କ ଆରମ୍ଭରୁ ପ୍ରବଳ ହୋହଲ୍ଲା ସହ ହଟ୍ଟଗୋଳ ହୋଇଥିଲା। ସମ୍ବିଧାନ ମୁଖବନ୍ଧରୁ ଧର୍ମ ନିରପେକ୍ଷ ଓ ସମାଜବାଦ ଶବ୍ଦ ନରହିବାରୁ ହଟ୍ଟଗୋଳ ହୋଇଥିଲା। ଫଳରେ ଅପରାହ୍ଣ ୪ଟା ଯାଏ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ।
ସୂଚନା ଯୋଗ୍ୟ, ଗୃହକାର୍ଯ୍ୟ ଆରମ୍ଭ ପୂର୍ବରୁ ଦିବଂଗତ ନେତା ଓ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହେଲେ ଶୋକ ପ୍ରସ୍ତାବ ପରେ ପ୍ରଶ୍ନକାଳ ଆରମ୍ଭ ହେବା ପୂର୍ବରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳି ଥିଲା। କଂଗ୍ରେସ ଓ ବିଜେଡି ବିଧାୟକ ମାନେ ଗୃହର ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ। ଫଳରେ ପ୍ରଥମେ ଦିନ ୧୨ଟା ୨୫ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି।
Powered by Froala Editor