ସୁଜାତା କାର୍ତ୍ତିକେୟନଙ୍କ ଛୁଟି ଆବେଦନ ଖାରଜ
୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନଙ୍କୁ ବଡ଼ ଝଟ୍କା ଲାଗିଛି। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ଥିବା ବେଳେ ଆଉ ସେ ୬ ମାସ ଛୁଟି ଆବେଦନ କରିଥିଲେ । ତେବେ ତାଙ୍କ ଛୁଟିକୁ ନାଁ କରିଦେଲେ ମୋହନ ସରକାର। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ନିର୍ଦ୍ଦେଶ ଦିଆଯାଇଛି।
ନିଜ ସନ୍ତାନର ଯତ୍ନ ନେବା ଦର୍ଶାଇ ସୁଜାତା ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ଛୁଟି ମାଗିଥିଲେ, ଯାହାକୁ ତତକାଳୀନ ମୁଖ୍ୟ ସଚିବ ଅନୁମୋଦନ କରିଥିଲେ। ସୁଜାତା ନଭେମ୍ବର ୨୭ରୁ ଆଉ ୬ମାସ ପାଇଁ ଛୁଟିରେ ଯିବାକୁ ଗତ ନଭେମ୍ବର ୪ତାରିଖରେ ମୁଖ୍ୟ ସଚିବଙ୍କୁ ଲିଖିତ ଅନୁରୋଧ କରିଥିଲେ । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି ।
ନବୀନ ସରକାର ସମୟରେ ସୁଜାତା କାର୍ତ୍ତିକେୟନ ମିଶନ ଶକ୍ତି ବିଭାଗର ମୁଖ୍ୟ ଥିଲେ । ନିର୍ବାଚନ ସମୟରେ ତାଙ୍କୁ ବଦଳି କରିଯାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ପୋଷ୍ଟିଂ କରାଯାଇଥିଲା । ତେବେ ଆଇଏଏସ ସୁଜାତା ଯୋଗ ଦେଲେ ଲୋକସେବା ଭବନରେ କେଉଁଠି ବସିବେ ? ଗୁରୁତ୍ୱପୂଣ୍ଣ ନା ଗୌଣ ବିଭାଗ ମିଳବ ? ଏଭଳି କେତେକ ପ୍ରଶ୍ନକୁ ନେଇ ପାଓ୍ୱାର କରିଡରରେ ଆଲୋଚନା ହେଉଛି ।
Powered by Froala Editor